ଲକ୍‌ଡାଉନ୍‌ ସମୟରେ ଅସହାୟଙ୍କ ସାହାରା ପାଲଟିଛନ୍ତି ଯୁବଗୋଷ୍ଠୀ

ଝାରସୁଗୁଡ଼ା ଅଫିସ,୨୬।୩: ସମଗ୍ର ଦେଶରେ କରୋନା କଟକଣା ଯୋଗୁ ଯାନବାହନ ସମେତ ହୋଟଲଗୁଡ଼ିକ ବନ୍ଦ ରହିଛି। ଏପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ଫସି ରହିଛନ୍ତି। ଦୁଇ ଓଳି ଖାଇବାକୁ ମଧ୍ୟ ପାଉନାହାନ୍ତି। ସେହିପରି ରାସ୍ତା କଡ଼ରେ ଭିକ୍ଷାବୃତ୍ତି କରୁଥିବା ଲୋକେ ମଧ୍ୟ ଖାଇବାକୁ ନ ପାଇ ହଇରାଣ ହରକତ ହେଉଥିବା ଦେଖିବାକୁ ମିଳୁୁଛି। ତେବେ ଏଭଳି ଲୋକଙ୍କ ପାଇଁ ସହାୟତାର ହାତ ବଢ଼ାଇଛନ୍ତି ଝାରସୁଗୁଡ଼ା ସହରର କିଛି ଯୁବ ସମାଜସେବୀ। ସହରର କମଲ ଶାହା, ଆଦର୍ଶ କେଡିଆ ଓ ଅନିଲ ଅଗ୍ରୱାଲା ପ୍ରମୁଖ ଲକ୍‌ଡାଉନ୍‌ ହେବା ଦିନଠାରୁ ଏଭଳି ମହତ କାର୍ଯ୍ୟ କରୁଛନ୍ତି। ପ୍ରତିଦିନ ସକାଳେ ଓ ସନ୍ଧ୍ୟାରେ ରାସ୍ତାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କୁ ଚା’ ଓ ଜଳଖିଆ ପ୍ରଦାନ କରୁଛନ୍ତି। ସେହିପରି ଦିନବେଳା ଓ ରାତିରେ ସହରର ବିଭିନ୍ନ ସ୍ଥାନରେ ଅସହାୟ ଭାବେ ଘୂରି ବୁଲୁଥିବା ବ୍ୟକ୍ତି, ବିଭିନ୍ନ ମନ୍ଦିର, ରେଳ ଷ୍ଟେଶନ, ବସଷ୍ଟାଣ୍ଡ ଓ ରାସ୍ତାକଡ଼ରେ ବସି ରହୁଥିବା ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଉଛନ୍ତି। ଏଭଳି ଜରୁରିକାଳୀନ ପରିସ୍ଥିତିରେ ବହୁ ସ୍ଥାନରେ ଲୋକେ ବିଭିନ୍ନ ସ୍ଥାନରେ ଫସି ରହିଛନ୍ତି। ଏଣୁ ପରସ୍ପର ମଧ୍ୟରେ ଆଲୋଚନା କରି ଏହି କାର୍ଯ୍ୟ ଆରମ୍ଭ କରାଯାଇଛି। ଯୁବଗୋଷ୍ଠୀଙ୍କ ଏପରି କାର୍ଯ୍ୟକୁ ପ୍ରଶାସନ ସମେତ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri