ଲକ୍‌ଡାଉନ୍‌ ସମୟରେ କଳାବଜାର ରୋକିବାକୁ ଜିଲା ପୋଲିସ ପକ୍ଷରୁ ବ୍ୟବସାୟୀ ସଂଘ ସହ ଆଲୋଚନା

ଦେବଗଡ଼,୨୫।୩:(ଡି.ଏନ୍‌.ଏ.): କରୋନା ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଓ ଜନସାଧାରଣଙ୍କ ଚିନ୍ତା ବଢ଼ାଇଛି। ଏପରିସ୍ଥଳେ ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଛି। କେବଳ ଅତ୍ୟାବଶ୍ୟକ ଦୋକାନଗୁଡ଼ିକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଖୋଲା ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି ।  ଯାନବାହନ ଚଳାଚଳ ନେଇ ମଧ୍ୟ ନିୟନ୍ତ୍ରଣ କରାଯାଇଛି । ଏ ନେଇ ମଙ୍ଗଳବାର ଜିଲା ପୋଲିସ ପକ୍ଷରୁ ଦେବଗଡ଼ ଆଦର୍ଶ ଥାନା ପରିସରରେ ବଣିକ ସଂଘ, ଔଷଧ ଦୋକାନୀ ସଂଘ, ପନିପରିବା ବଜାର ସଂଘର ସଦସ୍ୟମାନଙ୍କୁ ନେଇ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଏହି ବୈଠକରେ ଜିଲାରେ ଅତ୍ୟାବଶ୍ୟକ ସାମଗ୍ରୀର କୃତ୍ରିମ ଅଭାବ ଓ କଳାବଜାର ରୋକିବା ନେଇ ଆଲୋଚନା କରାଯିବା ସହ ସଉଦା, ପନିପରିବା ଭଳି ଦୈନନ୍ଦିନ ଆବଶ୍ୟକତ ଥିବା ସାମଗ୍ରୀ ଜିଲାରେ ମହଜୁଦ ରଖିବା ପାଇଁ ବୈଠକରେ ଜିଲା ପୋଲିସ ପକ୍ଷରୁ ବିଭିନ୍ନ ବ୍ୟବସାୟୀ ସଂଘ ସଦସ୍ୟଙ୍କୁ ସଚେତନ କରାଯିବା ସହ ଜିଲାରେ କରୋନା ସଂକ୍ରମଣ ରୋକିବା ପାଇଁ ବ୍ୟବସାୟୀମାନଙ୍କୁ ଅନୁରୋଧ କରାଯାଇଥିଲା। ପ୍ରଶାସନ ନିର୍ଦ୍ଦେଶକୁ ଅବମାନନା କରି କଳାବଜାର କରୁଥିବା ସୂଚନା ମିଳିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ ପକ୍ଷରୁ ସତର୍କ କରାଯାଇଥିଲା। ଏହି ବୈଠକରେ ଜିଲା ପୋଲିସ ପକ୍ଷରୁ ଏସ୍‌ଡିପିଓ ସୁଲେମାନ ଏକ୍କା, ଦେବଗଡ଼ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ର ଓ ବ୍ୟବସାୟୀ ସଂଘ ପକ୍ଷରୁ ବଣିକସଂଘ ସଭାପତି ଉମା ଶଙ୍କର ସାହୁ ଓ ପ୍ରଦ୍ୟୁମ୍ନ କୁମାର ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri