ଲକ୍‌ଡାଉନ୍‌ ସମୟରେ ବରଯାତ୍ରୀ ନେଇ ଯିବାରୁ ପୋଲିସ ଷ୍ଟେଶନରେ ରାତି କାଟିଲେ ବର

ଉଦ୍ଧମ ସିଂ ନଗର,୨୭।୩: କରୋନା ଭାଇରସ ସଂକ୍ରମଣକୁ ଦେଖି ଏବେ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ୍‌। ଆଉ ଏହି ସମୟରେ ବିନା ଅନୁମତିରେ ଉତ୍ତରାଖଣ୍ଡ ଉଦ୍ଧମ ସିଂ ନଗରର ଜଣେ ବର ବରଯାତ୍ରୀ ସହ ବାହା ହେବାକୁ ଯାଉଥିବା ବେଳେ ପୋଲିସ ଦ୍ୱାରା ଅଟକ ରହିଥିବା ଜଣାପଡିଛି। ୭ ବରଯାତ୍ରୀଙ୍କ ସହ ବର ଗୁରୁବାର ରାତିରେ ଖତିମା ପୋଲିସ ଷ୍ଟେଶନରେ ରାତି କାଟିଛନ୍ତି। ଏହି ଘଟଣାକୁ ନେଇ ପୋଲିସ କହିଛି, ଉଦ୍ଧମ ସିଂ ନଗରରେ ଏକ ବରଯାତ୍ରୀ ବାହାରିବା ଖବର ପାଇବା ପରେ ଆମେ ପହଞ୍ଚି ବର ଓ ବରଯାତ୍ରୀଙ୍କୁ ଅଟକାଇଥିଲୁ। କାରଣ ଏବେ ଏହି ଅଞ୍ଚଳର ପ୍ରାୟ ୮ଜଣ ଲୋକ କ୍ୱାରାଣ୍ଟାଇନରେ ଥିବା ବେଳେ ଏହା ସମ୍ବେଦନଶୀଳ ଅଞ୍ଚଳଭାବେ ଗଣାଯାଉଛି। ଏମାନେ ଧାରା ୧୮୮ ଭଙ୍ଗ କରିଥିବା ଅଭିଯୋଗରେ ଅଟକ ଥିବା ବେଳେ ନିୟମ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦିଆଯିବ। ଏବେ ସାରା ଦେଶରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଏଭଳି ବିବାହ ନିୟମ ବିରୁଦ୍ଧ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri