ଲକ୍‌ଡାଉନ୍‌ : ହିତାଧିକାରୀଙ୍କ ଘରେ ଭତ୍ତା ପ୍ରଦାନକଲା ବ୍ଲକ ପ୍ରଶାସନ

ପାପଡ଼ାହାଣ୍ଡି,୮ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ଯୋଗୁ ଚାରିଆଡ଼େ ଲକ୍‌ଡାଉନ୍‌। ଗାଁଠୁ ସହର ଯାଏ ସମସ୍ତେ ଘରେ। ଗାଁରେ କଟକଣା ଯୋଗୁ ଲୋକେ ବାହାରକୁ ବାହାରି ପାରୁନାହାନ୍ତି। ପ୍ରଶାସନ ପକ୍ଷରୁ ଲୋକଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ ବିତରଣ କରାଯାଉଛି। ସେହିପରି କାମ ଧନ୍ଦା ନ ଥିବାରୁ ଦୈନନ୍ଦିନ ସାମଗ୍ରୀ କିଣିବା ଲୋକଙ୍କ ପକ୍ଷେ କଷ୍ଟକର ହୋଇପଡ଼ିଛି। ଏପରି ସ୍ଥିତିରେ ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ପ୍ରଶାସନ ଗତ ଦୁଇଦିନ ଧରି ୨୩ଟି ପଞ୍ଚାୟତର ନୂତନ ୪୬୫ ହିତାଧିକାରୀଙ୍କୁ ଘରେ ନେଇ ଭତ୍ତା ପ୍ରଦାନ କରିଛନ୍ତି। ବିଏସ୍‌ଏସ୍‌ଓ ନଗେନ୍ଦ୍ର ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ବ୍ଲକ ପଞ୍ଚାୟତ ଅଧିକାରୀ, କନିଷ୍ଠ ଯନ୍ତ୍ରୀ ଓ ସରପଞ୍ଚଙ୍କ ଜରିଆରେ ଘରେ ଘରେ ଭତ୍ତା ପ୍ରଦାନ କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଏହି ଭତ୍ତା ସେମାନଙ୍କ ଆବଶ୍ୟକ ପୂରଣରେ ସହାୟକ ହେବ ବୋଲି କିଛି ହିତାଧିକାରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri