ଅନୁଗୋଳ ଅଫିସ୍, ୨୨।୩ – ରାଜ୍ୟର ୫ଟି ଜିଲାକୁ ମୁଖ୍ୟମନ୍ତ୍ରୀ ଲକ୍ ଡାଉନ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ସକାଳ ୭ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅନୁଗୋଳ ଜିଲା ଓ ଅନୁଗୋଳ ସହର ଲକ୍ ଡାଉନ ରହିବ। ଏହି ସମୟରେ କେବଳ ବସ୍, ଟ୍ରେନ୍ ସେବା, ଅତ୍ୟାବଶ୍ୟକ ସାମଗ୍ରୀ ବିକୁଥିବା ରାଶନ ଦୋକାନ, ପରିବା ଦୋକାନ, ଆମିଷ ବଜାର, ପେଟ୍ରୋଲ ପମ୍ପ, ମେଡିସିନ୍ ଷ୍ଟୋର ଆଦି ଖୋଲା ରହିବ। ସେହିପରି ଡାକ୍ତରଖାନା, ବ୍ୟାଙ୍କ, ଏଟିଏମ୍, ପୌରପାଳିକା, ପୋଲିସ, ଅଗ୍ନିଶମ, ପାନୀୟ ଜଳ ଓ ବିଦ୍ୟୁତ୍ ଅଫିସ ସହ ପ୍ରଶାସନିକ କାର୍ଯ୍ୟାଳୟଗୁଡ଼ିକ ଖୋଲା ରହିବ। ତେବେ ଲୋକମାନେ ଘର ମଧ୍ୟରେ ରହିବାକୁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଲକ୍ ଡାଉନ୍କୁ ଦୃଷ୍ଟିରେ ରଖି ଏହି ସମୟ ମଧ୍ୟରେ ସାମାଜିକ ସୁରକ୍ଷା ଯୋଜନାରେ ପେନ୍ସନ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ମିଳିବାକୁ ଥିବା ସାମଗ୍ରୀର ବିତରଣ ସ୍ଥଗିତ ରଖାଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ଜିଲାପାଳ ପରିସ୍ଥିତି ଦେଖି କାର୍ଯ୍ୟ କରିବେ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି। ଏଥିସହ ଘରୋଇ କମ୍ପାନୀମାନଙ୍କୁ ୱାର୍କ ଫ୍ରମ ହୋମ୍ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦିଆଯାଇଛି। ଲୋକଙ୍କ ସ୍ବାର୍ଥ ପାଇଁ ଏହି କଟକଣା ଜାରି କରାଯାଇଥିବାବେଳେ ଯେଉଁମାନେ ଏହାର ଅବମାନନା କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।
Posted inଅନୁଗୋଳ, ଆମ ଜିଲା ଖବର View All
ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ
ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...
ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...
ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ
ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...
ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି
ପୁରୀ ୧୪।୧୨( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...
ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...
ଜଙ୍ଗଲରେ ହଜିବାରେ ଲାଗିଛି ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
Archives


