ଅନୁଗୋଳ ଅଫିସ୍, ୨୨।୩ – ରାଜ୍ୟର ୫ଟି ଜିଲାକୁ ମୁଖ୍ୟମନ୍ତ୍ରୀ ଲକ୍ ଡାଉନ କରିବା ପାଇଁ ନିଷ୍ପତ୍ତି ନେଇଥିବାରୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ସକାଳ ୭ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅନୁଗୋଳ ଜିଲା ଓ ଅନୁଗୋଳ ସହର ଲକ୍ ଡାଉନ ରହିବ। ଏହି ସମୟରେ କେବଳ ବସ୍, ଟ୍ରେନ୍ ସେବା, ଅତ୍ୟାବଶ୍ୟକ ସାମଗ୍ରୀ ବିକୁଥିବା ରାଶନ ଦୋକାନ, ପରିବା ଦୋକାନ, ଆମିଷ ବଜାର, ପେଟ୍ରୋଲ ପମ୍ପ, ମେଡିସିନ୍ ଷ୍ଟୋର ଆଦି ଖୋଲା ରହିବ। ସେହିପରି ଡାକ୍ତରଖାନା, ବ୍ୟାଙ୍କ, ଏଟିଏମ୍, ପୌରପାଳିକା, ପୋଲିସ, ଅଗ୍ନିଶମ, ପାନୀୟ ଜଳ ଓ ବିଦ୍ୟୁତ୍ ଅଫିସ ସହ ପ୍ରଶାସନିକ କାର୍ଯ୍ୟାଳୟଗୁଡ଼ିକ ଖୋଲା ରହିବ। ତେବେ ଲୋକମାନେ ଘର ମଧ୍ୟରେ ରହିବାକୁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଲକ୍ ଡାଉନ୍କୁ ଦୃଷ୍ଟିରେ ରଖି ଏହି ସମୟ ମଧ୍ୟରେ ସାମାଜିକ ସୁରକ୍ଷା ଯୋଜନାରେ ପେନ୍ସନ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ମିଳିବାକୁ ଥିବା ସାମଗ୍ରୀର ବିତରଣ ସ୍ଥଗିତ ରଖାଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ଜିଲାପାଳ ପରିସ୍ଥିତି ଦେଖି କାର୍ଯ୍ୟ କରିବେ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି। ଏଥିସହ ଘରୋଇ କମ୍ପାନୀମାନଙ୍କୁ ୱାର୍କ ଫ୍ରମ ହୋମ୍ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦିଆଯାଇଛି। ଲୋକଙ୍କ ସ୍ବାର୍ଥ ପାଇଁ ଏହି କଟକଣା ଜାରି କରାଯାଇଥିବାବେଳେ ଯେଉଁମାନେ ଏହାର ଅବମାନନା କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।
Posted inଅନୁଗୋଳ, ଆମ ଜିଲା ଖବର View All
୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର
ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…
ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ
କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…
ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ
ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…
ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…
ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ
ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…
ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ
ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…
ଜଳିଗଲା ୩ ଭାଇଙ୍କ ଘର
ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…
ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…
Archives

