ଲକ୍‌ଡାଉନ୍‌: ୩୦ ହଜାର ଲୋକଙ୍କ ଭରସା ଆହାର କେନ୍ଦ୍ର

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ବର୍ତ୍ତମାନ ଲକ୍‌ଡାଉନ ସମୟରେ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସାହାରା ଆହାର କେନ୍ଦ୍ର। ରାଜ୍ୟରେ ୩୦ଟି ଜିଲାରେ ଡାକ୍ତରଖାନା ପରିସର ଓ ଏହାର ଆଖପାଖରେ ଥିବା ୬୭ଟି ଆହାର କେନ୍ଦ୍ର ମାଧ୍ୟମରେ ଦୈନିକ ପ୍ରାୟ ୩୦ ହଜାରରୁ ଅଧିକ ଲୋକଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉଛି। କରୋନା ପାଇଁ ରାଜ୍ୟ ସରକାର ଆହାର କେନ୍ଦ୍ରଗୁଡିକ ଉପରେ କଟକଣା ଲଗାଇଥିଲେ। ତେବେ ଡାକ୍ତରଖାନା ପରିସର ଓ ଏହାର ନିକଟରେ ଥିବା ଆହାର କେନ୍ଦ୍ରର ଗୁରୁତ୍ୱକୁ ଉପଲବ୍ଧ କରି ସେହି ସବୁ ଆହାର କେନ୍ଦ୍ର ଖୋଲା ରଖାଯାଇଛି। ତେବେ ଉକ୍ତ ୬୭ଟି ଆହାର କେନ୍ଦ୍ରରେ ନିୟମିତ ଖାଦ୍ୟ ପରିବେଷଣ କରାଯାଉଛି। ସମସ୍ତ ଆହାର କେନ୍ଦ୍ରରେ ଦିନବେଳା ପ୍ରାୟ ୩୦ ହଜାରରୁ ଉର୍ଦ୍ଧ୍ୱ ଲୋକ ଖାଦ୍ୟ ଖାଇଛନ୍ତି। ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କେତେକ କେନ୍ଦ୍ରରେ ରାତ୍ରୀକାଳୀନ ଖାଦ୍ୟ ମଧ୍ୟ ଯୋଗାଇ ଦିଆଯାଇଛି। ଏହି ସବୁ ଆହାର କେନ୍ଦ୍ରରେ ରୋଗୀଙ୍କ ସମ୍ପର୍କୀୟଙ୍କ ସମେତ ଗରିବ ଲୋକ ମଧ୍ୟ ଖାଦ୍ୟ ପାଇ ପାରୁଛନ୍ତି।
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜାରି କରିଥିବା ସମସ୍ତ ସତର୍କତା ମୂଳକ ପଦକ୍ଷେପକୁ ଆହାର କେନ୍ଦ୍ରରେ ପାଳନ କରାଯାଉଥିବା ପ୍ରକାଶ । ବିଶେଷକରି ଲୋକମାନେ ଦୂରତା ରକ୍ଷାକରି ଧାଡିରେ ଆସିବା, ଆହାର କେନ୍ଦ୍ରରେ ପ୍ରବେଶ କରିବା ପୂର୍ବରୁ ବାହାରେ ରଖାଯାଇଥିବା ସାବୁନରେ ଭଲଭାବେ ହାତ ଧୋଇବା, ପଇସା କାହା ହାତକୁ ନ ଦେଇ ଉଦ୍ଦିଷ୍ଟ ବାକ୍ସରେ ପକାଇବା, ଖାଦ୍ୟ ଖାଇବା ସମୟରେ ଦୂରତ୍ୱ ରକ୍ଷା କରିବା ଉପରେ ଗୁରୁତ୍ୱ ଦିଆଯାଇ ବ୍ୟବସ୍ଥା କରାଯାଇଛି । ଖାଦ୍ୟ ଖାଇସାରିବା ପରେ ଲୋକମାନେ କେନ୍ଦ୍ର ପରିସରରେ ହାତ ନ ଧାଇ ଯେଭଳି ବାହାରେ ଆସି ଦୂରତା ରକ୍ଷାକରି ହାତ ଧୋଇବେ ସେଥିନେଇ ସ୍ବତନ୍ତ୍ର ହାତ ଧୋଇବା ବ୍ୟବସ୍ଥା କରାଯାଇଛି । ଲକଡାଉନ ସରିବା ପର୍ଯ୍ୟନ୍ତ ଏହି ସମସ୍ତ ୬୭ ଆହାର କେନ୍ଦ୍ରରେ ଲୋକଙ୍କୁ କିଭଳି ସରକାର ଜାରି କରିଥିବା ମାର୍ଗଦର୍ଶିକା ଅନୁଯାୟୀ ସୁରକ୍ଷିତ ଭାବେ ଉନ୍ନତମାନର ଖଦ୍ୟ ପରିବେଷଣ କରାଯିବ ତାହା ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଥିବା ପ୍ରକାଶ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri