ଲକ୍‌ଡାଉନ୍‌: ୩୦ ହଜାର ଲୋକଙ୍କ ଭରସା ଆହାର କେନ୍ଦ୍ର

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ବର୍ତ୍ତମାନ ଲକ୍‌ଡାଉନ ସମୟରେ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସାହାରା ଆହାର କେନ୍ଦ୍ର। ରାଜ୍ୟରେ ୩୦ଟି ଜିଲାରେ ଡାକ୍ତରଖାନା ପରିସର ଓ ଏହାର ଆଖପାଖରେ ଥିବା ୬୭ଟି ଆହାର କେନ୍ଦ୍ର ମାଧ୍ୟମରେ ଦୈନିକ ପ୍ରାୟ ୩୦ ହଜାରରୁ ଅଧିକ ଲୋକଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉଛି। କରୋନା ପାଇଁ ରାଜ୍ୟ ସରକାର ଆହାର କେନ୍ଦ୍ରଗୁଡିକ ଉପରେ କଟକଣା ଲଗାଇଥିଲେ। ତେବେ ଡାକ୍ତରଖାନା ପରିସର ଓ ଏହାର ନିକଟରେ ଥିବା ଆହାର କେନ୍ଦ୍ରର ଗୁରୁତ୍ୱକୁ ଉପଲବ୍ଧ କରି ସେହି ସବୁ ଆହାର କେନ୍ଦ୍ର ଖୋଲା ରଖାଯାଇଛି। ତେବେ ଉକ୍ତ ୬୭ଟି ଆହାର କେନ୍ଦ୍ରରେ ନିୟମିତ ଖାଦ୍ୟ ପରିବେଷଣ କରାଯାଉଛି। ସମସ୍ତ ଆହାର କେନ୍ଦ୍ରରେ ଦିନବେଳା ପ୍ରାୟ ୩୦ ହଜାରରୁ ଉର୍ଦ୍ଧ୍ୱ ଲୋକ ଖାଦ୍ୟ ଖାଇଛନ୍ତି। ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କେତେକ କେନ୍ଦ୍ରରେ ରାତ୍ରୀକାଳୀନ ଖାଦ୍ୟ ମଧ୍ୟ ଯୋଗାଇ ଦିଆଯାଇଛି। ଏହି ସବୁ ଆହାର କେନ୍ଦ୍ରରେ ରୋଗୀଙ୍କ ସମ୍ପର୍କୀୟଙ୍କ ସମେତ ଗରିବ ଲୋକ ମଧ୍ୟ ଖାଦ୍ୟ ପାଇ ପାରୁଛନ୍ତି।
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜାରି କରିଥିବା ସମସ୍ତ ସତର୍କତା ମୂଳକ ପଦକ୍ଷେପକୁ ଆହାର କେନ୍ଦ୍ରରେ ପାଳନ କରାଯାଉଥିବା ପ୍ରକାଶ । ବିଶେଷକରି ଲୋକମାନେ ଦୂରତା ରକ୍ଷାକରି ଧାଡିରେ ଆସିବା, ଆହାର କେନ୍ଦ୍ରରେ ପ୍ରବେଶ କରିବା ପୂର୍ବରୁ ବାହାରେ ରଖାଯାଇଥିବା ସାବୁନରେ ଭଲଭାବେ ହାତ ଧୋଇବା, ପଇସା କାହା ହାତକୁ ନ ଦେଇ ଉଦ୍ଦିଷ୍ଟ ବାକ୍ସରେ ପକାଇବା, ଖାଦ୍ୟ ଖାଇବା ସମୟରେ ଦୂରତ୍ୱ ରକ୍ଷା କରିବା ଉପରେ ଗୁରୁତ୍ୱ ଦିଆଯାଇ ବ୍ୟବସ୍ଥା କରାଯାଇଛି । ଖାଦ୍ୟ ଖାଇସାରିବା ପରେ ଲୋକମାନେ କେନ୍ଦ୍ର ପରିସରରେ ହାତ ନ ଧାଇ ଯେଭଳି ବାହାରେ ଆସି ଦୂରତା ରକ୍ଷାକରି ହାତ ଧୋଇବେ ସେଥିନେଇ ସ୍ବତନ୍ତ୍ର ହାତ ଧୋଇବା ବ୍ୟବସ୍ଥା କରାଯାଇଛି । ଲକଡାଉନ ସରିବା ପର୍ଯ୍ୟନ୍ତ ଏହି ସମସ୍ତ ୬୭ ଆହାର କେନ୍ଦ୍ରରେ ଲୋକଙ୍କୁ କିଭଳି ସରକାର ଜାରି କରିଥିବା ମାର୍ଗଦର୍ଶିକା ଅନୁଯାୟୀ ସୁରକ୍ଷିତ ଭାବେ ଉନ୍ନତମାନର ଖଦ୍ୟ ପରିବେଷଣ କରାଯିବ ତାହା ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଥିବା ପ୍ରକାଶ ।


Enter your email to get our daily news in your inbox.

All Right Reserved By Dharitri.Com

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri