ଲକ୍‌ଡାଉନ୍‌-୫: ପ୍ରତିଦିନ ୮ ହଜାରରୁ ଅଧିକ ରହୁଛି ନୂଆ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୩।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍‌ଡାଉନ୍‌-୫ ଜୁନ୍‌ ୧ଠାରୁ ଜାରି ହୋଇଛି। ଏଥିରେ ବହୁ କ୍ଷେତ୍ରରେ ସର୍ତ୍ତ ଭିତ୍ତିକ କୋହଳ ନୀତି ଲାଗୁ କରାଯାଇଛି। ଲକ୍‌ଡାଉନ୍‌-୫ରେ ପ୍ରତିଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ହଜାରରୁ ଅଧିକ ରହୁଛି। ବୁଧବାର ନୂଆ ସଂକ୍ରମିତ ସଂଖ୍ୟା ୮ ହଜାର ୯୦୯ ଛୁଇଁଛି। ଏହାପୂର୍ବରୁ ଜୁନ୍‌ ୨ରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ୧୭୧ ଥିଲା। ସେହିପରି ଜୁନ୍‌ ୧ରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ୩୯୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮ ହଜାର ୫୪୩ରେ ଛୁଇଁଛି। ସେହିପରି ମୃତକଙ୍କ ସଂଖ୍ୟା ୫ ହଜାର ୮୩୪ରେ ପହଞ୍ଚିଛି। ଅପରପକ୍ଷରେ ସଂକ୍ରମିତଙ୍କ ସୁସ୍ଥ ହେବା ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ଲକ୍ଷେ ୪୧୯ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ମାର୍ଚ୍ଚ ୨୪ରେ ପ୍ରଥମ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହାପରେ ୪ଥର ଲକ୍‌ଡାଉନ୍‌ ଜାରି ହୋଇଛି। ତେବେ ପ୍ରତି ଲକ୍‌ଡାଉନ୍‌ ପରେ ନୂଆ ସଂକ୍ରମିତଙ୍କ ହାର ବଢ଼ିବାରେ ଲାଗିଛି। ଚତୁର୍ଥ ଲକ୍‌ଡାଉନ୍‌ ଆରମ୍ଭ ସମୟରେ ସଂକ୍ରମିତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ଥିବାବେଳେ ପଞ୍ଚମ ଲକ୍‌ଡାଉନ୍‌ର ଆରମ୍ଭରେ ଏହା ଲକ୍ଷେ ୮୦ ହଜାର ଛୁଇଁଥିଲା। ଏବେ ଏହା ପଞ୍ଚମ ଲକ୍‌ଡାଉନ୍‌ର ମାତ୍ର ୩ ଦିନ ମଧ୍ୟରେ ୨ ଲକ୍ଷ ଟପିଛି। ଏଭଳି ଧାରା ଆଗାମୀ ଦିନରେ ଜାରି ରହିଲେ ସ୍ଥିତି ଅସମ୍ଭାଳ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri