ଲକ୍‌ଡାଉନ୍‌ ୫.୦: ଜୁନ ୩୦ ଯାଏ କେବଳ କଣ୍ଟେନମେଣ୍ଟ ଜୋନ୍‌ରେ ଲାଗୁ, ବାକି ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଖୋଲିବାକୁ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୩୦।୫: କରୋନା ମୁକାବିଲା ପାଇଁ ଦେଶରେ ପୁଣି ଥରେ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଲକଡାଉନ ୫.୦ ପାଇଁ ସରକାର ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ତେବେ ଜୁନ୍‌ ୩୦ ଯାଏ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ହିଁ ଲକ୍‌ଡାଉନ୍‌ ଜାରି ରହିବ। କଣ୍ଟେନମେଣ୍ଟ ଜୋନ୍‌ ବାହାରେ ପର୍ଯ୍ୟାୟକ୍ରମେ ଏହାକୁ ଖୋଲିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।

ମେ ୩୧ରେ ଲକ୍‌ଡାଉନ୍‌ ୪.୦ ଅବଧି ଶେଷ ହେବ। ଏଭଳି ପରିସ୍ଥିତିରେ ସରକାର ଏହାକୁ ଆଉ ଏକ ମାସ ପାଇଁ ବୃଦ୍ଧି କରିଛନ୍ତି। ଜୁନ ୧ ରୁ ୩୦ ତାରିଖ ପର୍ଯ୍ୟନ୍ତ ଲକଡାଉନ ୫.୦ ରହିବ। ବିଦ୍ୟାଳୟ ଓ କଲେଜ ଖୋଲିବା ନିଷ୍ପତ୍ତିକୁ କେନ୍ଦ୍ର ସରକାର ରାଜ୍ୟଗୁଡିକ ଉପରେ ଛାଡ଼ିଛନ୍ତି। ଜୁଲାଇରେ ରାଜ୍ୟମାନେ ଏହା ଉପରେ ନିଷ୍ପତ୍ତି ନେବେ। ହେଲେ ହୋଟେଲ, ଧାର୍ମିକ ସ୍ଥାନ, ରେଷ୍ଟୁରାଣ୍ଟ ଆଦି ଜୁନ ୮ ରୁ ଖୋଲାଯିବ। ତେବେ ଏହାକୁ ସର୍ତ୍ତ ସହିତ ଖୋଲିବାକୁ ସରକାର ଅନୁମତି ଦେଇଛନ୍ତି।

ଦେଶରେ ରାତିି ୯ ଟାରୁ ସକାଳ ୫ ଟା ପର୍ଯ୍ୟନ୍ତ କର୍ଫୁ ବଳବତ୍ତର ରହିବ। ଲୋକମାନେ ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଯାଇପାରିବେ। ଏଥିପାଇଁ ଲୋକଙ୍କୁ ଆଉ ପାସ ଦେଖାଇବାକୁ ପଡିବ ନାହିଁ। ସେହିଭଳି ଶପିଂ ମଲ ଏବଂ ସେଲୁନ ମଧ୍ୟ ଖୋଲିବାକୁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri