ଲକ୍‌ଡାଉନ୍‌କୁ ନେଇ କଡା ହେଲେ କେନ୍ଦ୍ର ସରକାର: ସିଲ୍‌ ହେବ ରାଜ୍ୟ, ଜିଲାର ସୀମା

ନୂଆଦିଲ୍ଲୀ,୨୯।୩: କରୋନା ଭାଇରସକୁ ନେଇ ସାରା ଦେଶକୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ରାଜଧାନୀ ଦିଲ୍ଲୀ ଓ ଉତ୍ତରପ୍ରଦେଶ ସୀମାରେ ଏହାକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରୁଛନ୍ତି ହଜାର ହଜାର ସଂଖ୍ୟାରେ ଶ୍ରମିକ। ଏହାକୁ ଦେଖିବା ପରେ ଏବେ କେନ୍ଦ୍ର ସରକାର ଲକ୍‌ଡାଉନକୁ ନେଇ ଏବେ କଡା ପଦକ୍ଷେପ ନେବାକୁ ଯାଉଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଏବେ ଲକ୍‌ଡାଉନ୍‌ କ୍ଷମତା ଜିଲାପାଳ ଓ ଏସ୍‌ପିଙ୍କ ହାତରେ ନ୍ୟସ୍ତ କରାଯାଇଛି। ଏମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ସମସ୍ତ ରାଜ୍ୟ ଓ ଜିଲାର ସୀମାକୁ ସିଲ୍‌ କରିଦିଆଯାଉ। ଫଳରେ ବାହାରୁ ଆସୁଥିବା ଲୋକେ ସୀମା ବାହାରେ ଥିବା କ୍ୟାମ୍ପରେ ରୁହନ୍ତୁ। କେନ୍ଦ୍ର ସରକାର ଆହୁରି ମଧ୍ୟ କହିଛନ୍ତି ଶ୍ରମିକମାନଙ୍କୁ ରହିବା ଖାଇବାର ବ୍ୟବସ୍ଥା କରାଯାଉ। ଆଉ ଯିଏ ଏହି ନିୟମ ପାଳନ ନ କରିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନର ଚେତାବନୀ ମଧ୍ୟ ଦେଇଛନ୍ତି କେନ୍ଦ୍ର ସରକାର। ସେହିପରି ଯେଉଁ ଲୋକମାନେ ସହର ଭିତରୁ ରାଜପଥ ଉପରକୁ ଆସୁଛନ୍ତି ସେମାନଙ୍କୁ ବାରଣ କରାଯାଉ। ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିବା ବେଳେ ଦିନକ ପୂର୍ବରୁ ରାଜଧାନୀ ଦିଲ୍ଲୀ ଓ ଉତ୍ତରପ୍ରଦେଶ ସୀମାରେ ହଜାର ହଜାର ଶ୍ରମିକ ଘରକୁ ଆସିବାକୁ ଏକାଠି ହୋଇଥିଲେ। ଏହାକୁ ଦେଖିଲେ ସ୍ପଷ୍ଟ ପାରି ହୋଇ ପଡୁଥିଲା କି ସରକାରଙ୍କ ଲକ୍‌ଡାଉନ୍‌ ସମ୍ପୂର୍ଣ୍ଣ ଭାବେ ଫେଲ୍‌ ମାରିବ ଓ କରୋନା ଭାଇରସ ସଂକ୍ରମଣ ବି ଦ୍ରୁତ ଗତିରେ ହେବ। ଏଭଳି ପରିସ୍ଥିତିକୁ ଦେଖି କେନ୍ଦ୍ର ସରକାର ତୁରନ୍ତ ରାଜ୍ୟ ଓ ଜିଲା ଗୁଡିକର ସୀମାକୁ ସିଲ୍‌ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri