ଲକ୍‌ଡାଉନ୍‌କୁ ନେଇ ଗୁଜବ ପ୍ରଚାର କରି ଯୁବକ ଗିରଫ

ବାଲେଶ୍ୱର ଅଫିସ, ୩୧।୩-ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସବୁ ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ଏବଂ ବାଇକ୍‌ରେ ବାହାରେ ବୁଲୁଥିବା ବ୍ୟକ୍ତିଙ୍କ ଗାଡ଼ି ଜବତ କରିବା ପାଇଁ ବାଲେଶ୍ୱର ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଏକ  ଗୁଜବ ସୋସିଆଲ ମିଡ଼ିଆରେ ପ୍ରଚାରିତ ହୋଇଥିଲା। ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇ ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ରେମୁଣା ପୋଲିସ ଗିରଫ କରିଛି । ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଖୋଲା ରହିପାରିବ ବୋଲି ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅନୁମତି ପ୍ରଦାନ କରିଛନ୍ତି। ଏଥିରେ କୌଣସି ପରିବର୍ତ୍ତନ ହୋଇନାହିଁ। ସୋସିଆଲ ମିଡିଆରେ ବାଲେଶ୍ୱର ଜିଲାପାଳଙ୍କ ଫଟୋ ଥାଇ ଏଭଳି ଏକ ଗୁଜବ ଲକ୍‌ଡାଉନ ସମୟରେ ଜନସାଧାରଣଙ୍କ ମନରେ ଭ୍ରାନ୍ତ ଧାରଣା ସୃଷ୍ଟି କରୁଥିବା ଅଭିଯୋଗରେ ରେମୁଣା ପୋଲିସ ଶିବଶଙ୍କର ପରିଡ଼ାଙ୍କୁ ଗିରଫ କରିଛିି ା ସମ୍ପୃକ୍ତ ଯୁବକଙ୍କ ଘର ରେମୁଣା ଥାନା ଖରିଦମୁଖୁରା ଗ୍ରାମରେ। ତାଙ୍କ ବିରୋଧରେ ରେମୁଣା ଥାନାରେ ଆଇପିସିର ୧୮୮/୧୮୨/୨୯୦/୨୭୧/୫୦୫ ଧାରା ଅନୁଯାୟୀ ମାମଲା (ନଂ. ୬୨/୨୦୨୦)ରୁଜୁ ହୋଇଛି। ଆଗକୁ ଏଭଳି ଗୁଜବ ପ୍ରଚାର କଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

ଅଘୋଷିତ ବିଦ୍ୟୁତ କାଟରେ ଅସହ୍ୟ ଲାଞ୍ଜିଗଡ ଗ୍ରାମବାସୀ: ଗ୍ରିଡ୍‌ରେ ତାଲା ପକାଇ ଧାରଣା, ଟାଟା ପାୱାର ଯନ୍ତ୍ରୀଙ୍କ ସହ ଆଲୋଚନା

ଲାଞ୍ଜିଗଡ, ୨୯।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ବ୍ଲକ ଅଞ୍ଚଳବାସୀ ଶୁକ୍ରବାର ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରିଡ୍‌ରେ ତାଲା ପକାଇ ଧାରଣାରେ ବସିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri