ଲକ୍‌ଡାଉନ୍‌କୁ ମାନିଲେନି ଶ୍ରମିକ, ଘରକୁ ଫେରିବା ଲାଗି ଭଙ୍ଗା ଗୋଡ଼ରୁ ନିଜେ ଖୋଲିଦେଲେ ପ୍ଲାଷ୍ଟର

ଭୋପାଳ,୧ା୪ : କରୋନା ଭାଇରସ୍‌କୁ ନେଇ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ପରିସ୍ଥିତିରେ ଘରଦ୍ୱାର ଛାଡ଼ି ରୋଜଗାର ଆଶାରେ ବାହାରେ ଯାଇଥିବା କିଛି ଶ୍ରମିକ ଚିନ୍ତାରେ ପଡ଼ିଯାଇଛନ୍ତି। କାରଣ ଘରକୁ ଫେରିବା ପାଇଁ ଗାଡ଼ିମୋଟର ନାହିଁ। ଚାରିଆଡ଼େ ବନ୍ଦ। ଏତେ କଟକଣା ସତ୍ତ୍ୱେ ମଧ୍ୟ ଶ୍ରମିକମାନେ କିପରି ଘରକୁ ଫେରିବେ ସେ ନେଇ କୌଣସି ବାଧା ବନ୍ଧନକୁ ଖାତିର ନ କରି ଘରମୁହାଁ ହୋଇଛନ୍ତି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ମଧ୍ୟପ୍ରଦେଶରେ। ଶ୍ରମିକ ଜଣକ ଘରକୁ ଯିବା ପାଇଁ ଗୋଡ଼ରେ ହୋଇଥିବା ପ୍ଲାଷ୍ଟରକୁ ନିଜେ ନିଜେ ଖୋଲିଦେଇଛନ୍ତି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ରାଜସ୍ଥାନରେ ରହୁଥିବା ଭ୍ରମରଲାଲଙ୍କ ଗୋଡ଼ରେ ପ୍ଲାଷ୍ଟର ହୋଇଥିଲା। ମାତ୍ର ଭଙ୍ଗା ଗୋଡ଼ ଠିକ୍‌ ହୋଇ ନ ଥିଲେ ମଧ୍ୟ ଘରକୁ ଯିବା ପାଇଁ ବାଧ୍ୟ ହୋଇ ସେ ପ୍ଲାଷ୍ଟର ଖୋଲିଦେଇଛନ୍ତି। ପରେ ପାଦରେ ଚାଲିଚାଲି ଘର ଅଭିମୁଖେ ବାହାରିଛନ୍ତି। ରାଜସ୍ଥାନର ବାଙ୍ଗ୍‌ରା ଜିଲାରୁ ନିଜ ଗାଁରେ ପହଞ୍ଚିବା ପାଇଁ ତାଙ୍କୁ ପ୍ରାୟ ୨୪୦ କିଲୋମିଟର ଯାତ୍ରା କରିବାକୁ ପଡ଼ିବ। ଭ୍ରମରଲାଲ କହିଛନ୍ତି, ସ୍ଥାନେ ସ୍ଥାନେ ତାଙ୍କୁ ପୋଲିସ ଅଟକାଉଛି। ମାତ୍ର ତାଙ୍କ ନିକଟରେ ଆଉ ବିକଳ୍ପ ନାହିଁ। ସେ କହିଛନ୍ତି, ତାଙ୍କ ପରିବାରେ ସେ ଏକା। ତେଣୁ ଯେମିତି ହେଲେ ଘରକୁ ଫେରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri