ଲକ୍‌ଡାଉନ୍‌ର ଫାଇଦା ଉଠାଉଛନ୍ତି ବ୍ୟବସାୟୀ: ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼

ବରଗଡ଼ ଅଫିସ,୨୫।୩: ମହାମାରୀ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ୨୧ଦିନ ପାଇଁ ହୋଇଥିବା ଏହି କଟକଣାରୁ ଫଳ, ତେଜରାତି, ଔଷଧ, ପନିପରିବା, ମାଛ, ମାଂସ, ଅଣ୍ଡା ଆଦି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ମୁକ୍ତ କରାଯାଇଛି । ତେବେ ଏଭଳି ସ୍ଥିତିରେ ଉପରୋକ୍ତ ଦୋକାନଗୁଡ଼ିକରେ କିଛି ଦୋକାନୀ ଚଢ଼ାଦରରେ ସାମଗ୍ରୀ ବିକିବା ଗ୍ରାହକଙ୍କ ପାଇଁ ଚିନ୍ତାର କାରଣ ସାଜିଛି। ମଙ୍ଗଳବାର ଯେଉଁ ଦରରେ ମିଳୁଥିଲା, ବୁଧବାର ସକାଳକୁ ତାହାର ଦର ଦୁଇଗୁଣା ବଢ଼ିଯାଇଛି। ଏବେ ଆଳୁ କିଗ୍ରା ପ୍ରତି ୩୫ରୁ ୪୦ଟଙ୍କାରେ ବିକ୍ରି ହେଉଛି। ମଙ୍ଗଳବାର ଏହା କିଗ୍ରା ପ୍ରତି ୨୦/୨୫ ଟଙ୍କାରେ ମିଳୁଥିଲା। ସେହିପରି ପିଆଜ ଦର କିଗ୍ରା ପ୍ରତି ୨୦/୨୫ରୁ ୩୫/୪୦ ଟଙ୍କାକୁ ବୃଦ୍ଧି କରି ବେପାରୀମାନେ ବିକୁଥିବା ପରିଲକ୍ଷିତ ହୋଇଛି। ବିଭିନ୍ନ ଫଳ ମଧ୍ୟ ଏଭଳି କଳାବଜାରରୁ ବାଦ ପଡ଼ିନାହିଁ। କଦଳୀ ଡଜନ ପ୍ରତି ୩୦ରୁ ୪୦, କମଳା କିଗ୍ରା ପ୍ରତି ୫୦ରୁ ୮୦, ଅଙ୍ଗୁର କିଗ୍ରା ପ୍ରତି ୧୦୦ରୁ ୧୩୦/୧୪୦, ସେଓ କିଗ୍ରା ପ୍ରତି ୧୪୦ରୁ ୧୬୦/ ୧୮୦ ଟଙ୍କାକୁ ବୃଦ୍ଧି କରି ବେପାରୀମାନେ ବିକୁଛନ୍ତି। ଲକ୍‌ଡାଉନ୍‌ ଯୋଗୁ କାମଧନ୍ଦା ତଥା ରୋଜଗାର ପାଉ ନ ଥିବା ଗରିବ ଲୋକଙ୍କ ପିଠିରେ ଏଭଳି ମହଙ୍ଗା ମାଡ଼ ସଦୃଶ ହୋଇଛି। ଏଭଳି ଅନିୟନ୍ତ୍ରିତ ଦରବୃଦ୍ଧି ଉପରେ ଜିଲା ପ୍ରଶାସନ କାର୍ଯାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri