ଲକ୍‌ଡାଉନ୍‌ରେ ଘରୁ ବାହାରି ପୋଲିସଙ୍କଠାରୁ ମାଡ଼ ଖାଇଲେ ସୁନୀଲ ଗ୍ରୋଭର

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ୨୧ ଦିନ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ କର୍ଫ୍ୟୁ ସହ ସମାନ ବୋଲି ପ୍ରଧାନମନ୍ତ୍ରୀ କହିଥିବା ବେଳେ କେତେକ ଲୋକ ଏହାକୁ ମାନୁ ନ ଥିବା ଦେଖିବାକୁ ମିଳିଛି। ଏହି ସମୟରେ ଘରେ ରହିବାକୁ ସମସ୍ତେ ବାଧ୍ୟ। ହେଲେ ଆବଶ୍ୟକତା ନ ଥାଇ ଯେଉଁମାନେ ଘର ବାହାରକୁ ଆସୁଛନ୍ତି ପୋଲିସ ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଲକ୍‌ଡାଉନ୍‌ ସମୟରେ ଲୋକଙ୍କ ପାଇଁ ସୋସିଆଲ ମିଡିଆ ଏବେ ଏକମାତ୍ର ସାହାରା ପାଲଟିଛି। ଲକ୍‌ଡାଉନ୍‌ ସମୟରେ ସାଧାରଣ ଲୋକ ଓ ସେଲିବ୍ରିଟି ନିଜର ଭିନ୍ନ ଭିନ୍ନ ଭିଡିଓ ଓ ଫଟୋ ଶେୟାର କରୁଛନ୍ତି। ଇତିମଧ୍ୟରେ କମେଡିଆନ ସୁନୀଲ ଗ୍ରୋଭରଙ୍କ ଏକ ମିମ୍‌ ଭାଇରାଲ ହେବାରେ ଲାଗିଛି। ସୁଲୀଲ ନିଜେ ଇନ୍‌ଷ୍ଟାଗ୍ରାମରେ ୨ଟି ମିମ୍‌କୁ ଶେୟାର କରିଥିବା ବେଳେ କ୍ୟାପଶନ୍‌ରେ ଲେଖିଛନ୍ତି, ଭଗବାନଙ୍କ ପାଇଁ ଘରେ ରୁହନ୍ତୁ। କାରଣ ବାହାରକୁ ଆସିଲେ ପୋଲିସର ମାଡ ଖାଇବାକୁ ପଡ଼ିବ। ଶେୟାର ହୋଇଥିବା ଗୋଟିଏ ମିମ୍‌ରେ ସୁନୀଲ ଘରୁ ବାହାରୁଥିବା ବେଳେ ଅନ୍ୟଟିରେ ପୋଲିସ ତାଙ୍କୁ ମାଡ଼ ମାରୁଥିବା ଦେଖିବାକୁ ମିଳିଛି। ସୁନୀଲ ନିଜର ଏହି ୨ଟି ମିମ୍‌ ଜରିଆରେ ଲୋକଙ୍କୁ ଘରେ ରହିବାକୁ ସଚେତନ କରିଛନ୍ତି। ଏହି ମିମ୍‌କୁ ଏପର୍ଯ୍ୟନ୍ତ ଦେଢ଼ଲକ୍ଷରୁ ଊର୍ଦ୍ଧ୍ୱ ୟୁଜର୍ସ ଲାଇକ୍‌ ଓ ଶେୟାର କରିସାରିଲେଣି। ଏହାପୂର୍ବରୁ କେତେକ ସେଲିବ୍ରିଟି ମଧ୍ୟ ଭିଡିଓ ଜରିଆରେ ପ୍ରଂଶସକଙ୍କୁ ଘରେ ରହିବାକୁ ନିବେଦନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri