ଲକ୍‌ଡାଉନ୍‌ରେ ଘରୁ ବାହାରିବା କେତେ ବିପଦଜ୍ଜନକ: ଶର୍ଟ ଫିଲ୍ମ ଜରିଆରେ ଲୋକଙ୍କୁ ସୂଚିତ କଲେ ଭାଇଜାନ

ମୁମ୍ବାଇ: କରୋନା ଭାଇରସ୍‌କୁ ରୋକିବା ପାଇଁ ସରକାର ଯଥାସମ୍ଭବ ପ୍ରଚେଷ୍ଟା ଚଳାଇଛନ୍ତି। ଏଥିପାଇଁ ସୁରକ୍ଷା ଦୃଷ୍ଟିରୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବାକୁ ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହା ସତ୍ତ୍ୱେ ମଧ୍ୟ କେତେକ ଲୋକ ଏହି ନିୟମକୁ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। ତେବେ ଲକ୍‌ଡାଉନ୍‌ ସମୟରେ ଘରୁ ବାହାରିବା ସମସ୍ତଙ୍କ ପାଇଁ କେତେ ବିପଦଜ୍ଜନକ ହୋଇପାରେ ସେନେଇ ବଲିଉଡ୍‌ ଭାଇଜାନ ସଲମାନ ଖାଁ ଏକ ଶର୍ଟ ଫିଲ୍ମ ଜରିଆରେ ଲୋକଙ୍କୁ ବାର୍ତ୍ତା ଦେଇଛନ୍ତି। କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ମହେଶ ମାଞ୍ଜରେକର ଓ ସଇ ମାଞ୍ଜରେକରଙ୍କ ତିଆରି କରିଥିବା ଏକ ଶର୍ଟ ଫିଲ୍ମକୁ ସଲମାନ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହି ଫିଲ୍ମର ନାଁ ହେଉଛି ବାସ୍ତବ-୨। ଏହି ଶର୍ଟ ଫିଲ୍ମର ଅବଧି ପ୍ରାୟ ସାଢ଼େ ୫ ମିନିଟ୍‌ର ରହିଛି। ଲକ୍‌ଡାଉନ୍‌ ସମୟରେ ଘରୁ ବାହାରିଲେ ଲୋକଙ୍କ କିଭଳି କ୍ଷତି ହେଉଛି ତାହା ଏଥିରେ ଦର୍ଶାଯାଇଛି। ମହେଶ ନିଶା ସେବନ କରୁଥିବାରୁ ସେଗୁଡ଼ିକୁ ଆଣିବା ପାଇଁ ସେ ଘରୁ ବାହାରକୁ ଯିବା ଲାଗି ଚିନ୍ତା କରନ୍ତି। ତେବେ ସେ ଯାଉଥିବା ସମୟରେ ତାଙ୍କର ୩ ଝିଅ ତାଙ୍କୁ ଅଟକାଇଥାନ୍ତି। ହେଲେ ଝିଅମାନେ ମନା କରିବା ସତ୍ତ୍ୱେ ମଧ୍ୟ ମହେଶ ବାହାରକୁ ଯାଇଥାନ୍ତି। ଫଳରେ ପରବର୍ତ୍ତୀ ସମୟରେ କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇ ତାଙ୍କର ମୃତ୍ୟୁ ହୋଇଯାଇଥାଏ। ଏହାପରେ ତାଙ୍କର ଆଉ ଜଣେ ଝିଅ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ହୋଇଥାଏ। ତେବେ ଏହି ଫିଲ୍ମର କାହାଣୀ ପଛର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ନିଶା ସେବନ କରୁଥିବା ବ୍ୟକ୍ତିଙ୍କୁ ବାସ୍ତବିକ ଚିତ୍ର ଦେଖାଇବା। କାରଣ କେତେକ ଲୋକ କିଛି ସମୟର ଖୁସି ପାଇଁ ନିଜ ଜୀବନକୁ ବାଜି ଲଗାଇବାକୁ ପଛଉ ନାହାନ୍ତି। ତେଣୁ ଏହି ଭିଡିଓ ଜରିଆରେ ସଲମାନ ସମସ୍ତଙ୍କୁ ନିବେଦନ କରିଛନ୍ତି ଯେ, ଲକ୍‌ଡାଉନ୍‌ ସମୟରେ କେହି ଘରୁ ବାହାରନ୍ତୁ ନାହିଁ। କାରଣ ଘରୁ ଗୋଡ଼ କାଢ଼ିଲେ ଆପଣ ନିଜ ସଙ୍ଗେ ନିଜ ପରିବାର ଲୋକଙ୍କୁ ମଧ୍ୟ ବିପଦରେ ପକାଇପାରନ୍ତି ବୋଲି ସଲମାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri