ଲକ୍‌ଡାଉନ୍‌ରେ ଦର୍ଶକଙ୍କ ପାଇଁ ଖୁସିଖବର: ଶନିବାରଠାରୁ ପୁନଃ ପ୍ରସାରଣ ହେବ ରାମାୟଣ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। ଏଥିରୁ ବର୍ତ୍ତିବା ପାଇଁ କେନ୍ଦ୍ରସରକାର ସାରା ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଭଳି ସ୍ଥିତିରେ ଘରେ ରହି ଲୋକଙ୍କୁ ସମୟ କାଟିବା କଷ୍ଟକର ହୋଇପଡ଼ିଛି। କରୋନା ଯୋଗୁ ସମସ୍ତ ଫିଲ୍ମ ରିଲିଜ୍‌ ଓ ଟିଭିଏହାରି ଭିତରେ ଦର୍ଶକଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିଛି। ଦୂରଦର୍ଶନରେ ପୁଣିଥରେ ରାମାନନ୍ଦ ସାଗରଙ୍କ ରାମାୟଣକୁ ପ୍ରସାରିତ କରାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ଶୁକ୍ରବାର ଟୁଇଟ କରି ସମସ୍ତଙ୍କୁ ଜଣାଇଛନ୍ତି। କିଛି ଦିନ ତଳେ ସାଧାରଣ ଜନତା ରାମାୟଣ ଓ ମହାଭାରତକୁ ପୁନଃ ପ୍ରସାରଣ କରିବା ପାଇଁ ଡିମାଣ୍ଡ କରିଥିଲେ। ତେବେ ଜନତାଙ୍କ କଥା ରଖି ଦୂରଦର୍ଶନ ମାର୍ଚ୍ଚ ୨୮ ଶନିବାରଠାରୁ ପୁଣିଥରେ ରାମାୟଣକୁ ପ୍ରସାରଣ କରିବ। ଏହାକୁ ଦର୍ଶକ ଦିନକୁ ୨ଥର ଦେଖିପାରିବେ। ପ୍ରଥମ ଏପିସୋଡ୍‌ ସକାଳ ୯ଟାରେ ଓ ଦ୍ୱିତୀୟ ଏପିସୋଡ୍‌ ରାତି ୯ଟାରେ ପ୍ରସାରିତ ହେବ ବୋଲି ଜଣାପଡ଼ିଛି। ସେହି ସମୟରେ ରାମାୟଣ ବେଶ୍‌ ଲୋକପ୍ରିୟ ହୋଇପାରିଥିଲା। ଏଥିସହ ରାମାୟଣର ବିଭିନ୍ନ ଚରିତ୍ରରେ ଅଭିନୟ କରିଥିବା ଅଭିନେତା ଓ ଅଭିନେତ୍ରୀଙ୍କୁ ଆଜି ବି ଲୋକେ ଭୁଲିପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri