ଲକ୍‌ଡାଉନ୍‌ରେ ଫସିଥିଲେ ସ୍ବାମୀ: ୯ ମାସର ଗର୍ଭବତୀ ସ୍ତ୍ରୀ ଭିଡିଓ ପ୍ରସ୍ତୁତ କରି ମାଗିଲେ ପୋଲିସର ସହାୟତା, ଫଟୋ ଭାଇରାଲ

ଲକ୍ଷ୍ନୌ: କରୋନା ଭୂତାଣୁ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଲୋକେ ପରିବାର ସହ ଘରେ ରହିବାକୁ ସରକାର ବାରମ୍ବାର ପରାମର୍ଶ ଦେଉଛନ୍ତି। କିନ୍ତୁ କିଛି ଲୋକ ବାହାରକୁ କାମ କରିବାକୁ ଯାଇ ଲକ୍‌ଡାଉନ୍‌ରେ ଫସି ଯାଇଛନ୍ତି। ଏପରି ଏକ ଘଟଣା ଉତ୍ତରପ୍ରଦେଶର ବରେଲିରେ ଦେଖିବାକୁ ମିଳିଛି। ଏଠାକାର ତମନ୍ନା ନାମକ ଜଣେ ୯ମାସର ଗର୍ଭବତୀ ମହିଳା ତାଙ୍କ ସ୍ବାମୀଙ୍କ ଫେରିବା ବାଟକୁ ଚାହିଁ ରହିଥିଲେ। ମାତ୍ର ତାଙ୍କ ସ୍ବାମୀ ନଏଡାରେ ଲକ୍‌ଡାଉନ୍‌ରେ ଫସିଯାଇଥିଲେ। ଏପଟେ ତମନ୍ନାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ସେ ଏକ ଭିଡିଓ ପ୍ରସ୍ତୁତ କରି ସ୍ଥାନୀୟ ପୋଲିସର ସହାୟତା ମାଗିବା ସହ ନଏଡା ପୋଲିସର ମଧ୍ୟ ସହାୟତା ମାଗିଥିଲେ। ଏହି ଭିଡିଓ ଦେଖି ବରେଲିର ଏସ୍‌ଏସ୍‌ପି ଶୈଳେଶ ପାଣ୍ଡେ ନଏଡା ଏସ୍‌ଏସ୍‌ପି ରଣବିଜୟ ସିଂଙ୍କ ସହାୟତା ମାଗିଥିଲେ। ରଣବିଜୟ ତୁରନ୍ତ ଗର୍ଭବତୀ ମହିଳାଙ୍କ ସ୍ବାମୀଙ୍କ ସମ୍ପର୍କରେ ଖବର ନେଇ ଯୋଗାଯୋଗ କରିଥିଲେ। ଶେଷରେ ତମନ୍ନାଙ୍କ ସ୍ବାମୀଙ୍କ ପତ୍ତା ପାଇ ନଏଡା ପୋଲିସ ନିଜ ଗାଡ଼ିରେ ବସାଇ ବରେଲି ଆଣିଥିଲା। ବରେଲି ପୋଲିସ ଶୈଳେଶ ପାଣ୍ଡେ ତୁରନ୍ତ ତମନ୍ନାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ।

ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ତମନ୍ନା ସ୍ବାମୀଙ୍କୁ ପାଖରେ ପାଇବା ସହ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଦ୍ୱିତୀୟ ଥର ଆଉ ଏକ ଭିଡିଓ ପ୍ରସ୍ତୁତ କରି ସେ ବରେଲି ଏବଂ ନଏଡା ପୋଲିସକୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ପୋଲିସ ଭଗବାନଠାରୁ କମ୍‌ ନୁହନ୍ତି। ଖାଲି ଏତିକି ନୁହେଁ, ସେ ତାଙ୍କ ପୁଅର ନାଁ ରଣବିଜୟ ରଖିଛନ୍ତି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କ ପାଇଁ ଖରାପ ଖବର! କମ୍ପାନୀ ମାନିଲା ହୋଇପାରେ ବ୍ଲଡ କ୍ଲଟିଂ ଭଳି ସାଇଡ ଇଫେକ୍ଟ

ନୂଆଦିଲ୍ଲୀ,୩୦।୪: କୋଭିଡ ଟିକା କାରଣରୁ ପାର୍ଶ୍ୱ ପ୍ରତିକ୍ରିୟାର ସମସ୍ତ ଦାବି ମଧ୍ୟରେ ଟିକା ଉତ୍ପାଦନକାରୀ କମ୍ପାନୀ ଆଷ୍ଟ୍ରାଜେନେକା ଏକ ବଡ଼ ତଥ୍ୟ ଦେଇଛି। କୋର୍ଟରେ ଉପସ୍ଥାପିତ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri