ଲକ୍‌ଡାଉନ୍‌ରେ ଶିଶୁ, କିଶୋରଙ୍କୁ ସୃଜନଶୀଳ କରିବାକୁ ନିଆରା ପ୍ରୟାସ: ଆରମ୍ଭ ହେବ ‘ମୋ ପ୍ରତିଭା’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨ା୪(ବ୍ୟୁରୋ)- କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି ଦେଶରେ ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଏହାଦ୍ୱାରା ସବୁବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଏପରି କି କୋମଳମତି ଶିଶୁ, ଛୋଟ ପିଲା ଏବଂ ଛାତ୍ରୀଛାତ୍ର ଏଥିରୁ ବାଦ୍‌ ପଡ଼ି ନାହାନ୍ତି। ସ୍କୁଲ ବନ୍ଦ ରହିଥିବାରୁ ପିଲାମାନେ ପୂରା ସମୟ ଘରେ ରହୁଛନ୍ତି। ଏଭଳିସ୍ଥିତିରେ ଶିଶୁ, କିଶୋର ଏବଂ ଛାତ୍ରୀଛାତ୍ରଙ୍କୁ ଏହି ଲକ୍‌ଡାଉନ୍‌ ସମୟରେ ସୃଜନଶୀଳ କାର୍ଯ୍ୟରେ ନିୟୋଜିତ ରଖିବାକୁ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ପିଲାମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ନିମନ୍ତେ ରାଜ୍ୟ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ବିଭାଗ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗ ସହ ୟୁନିସେଫ୍‌ର ମିଳତି ସହଯୋଗରେ ‘ମୋ ପ୍ରତିଭା’ ନାମକ ଏକ ଅନ୍‌ଲାଇନ୍‌ ପ୍ରତିଯୋଗିତାର ଆୟୋଜନ କରିବାକୁ ସ୍ଥିର ହୋଇଛି।
ଏହି କାର୍ଯ୍ୟକ୍ରମ ମାଧ୍ୟମରେ ୫ ରୁ ୧୮ ବର୍ଷ ବୟସର ଶିଶୁ ତଥା କିଶୋରୀକିଶୋରଙ୍କ ପାଇଁ ‘ଲକ୍‌ ଡାଉନ୍‌ ସମୟରେ ଗୃହ ଭିତରେ ରହିବାର ଅନୁଭବ’ ଓ ‘ଜଣେ ଯୁବ ନାଗରିକ ହିସାବରେ କୋଭିଡ୍‌-୧୯ ସମୟରେ ମୋର କର୍ତ୍ତବ୍ୟ’ ପ୍ରସଙ୍ଗ ଉପରେ ଚିତ୍ରାଙ୍କନ, ପୋଷ୍ଟର ତିଆରି, ସ୍ଳୋଗାନ ରଚନା, କ୍ଷୁଦ୍ରଗଳ୍ପ ଓ କବିତା ରଚନା ପ୍ରତିଯୋଗିତା କରାଯିବ। କ୍ଷୁଦ୍ରଗଳ୍ପ ୫୦୦ଶବ୍ଦ ମଧ୍ୟରେ ଲେଖିବାକୁ କୁହାଯାଇଥିବାବେଳେ ପଠାଯାଇଥିବା ବିଷୟ ନିଜେ ଲେଖିଥିବା ଆବଶ୍ୟକ। ଏହି ପ୍ରତିଯୋଗିତାକୁ ୫ରୁ ୧୦ ବର୍ଷ, ୧୧ ରୁ ୧୬ ବର୍ଷ ଏବଂ ୧୬ ରୁ ୧୮ ବର୍ଷ ୩ଟି ବର୍ଗରେ ବିଭକ୍ତ କରାଯିବ। ବିଜେତାଙ୍କ ନାମ ପ୍ରତି ଗୁରୁବାର ଘୋଷଣା କରାଯିବ। ସମସ୍ତ ଲେଖା, ଚିତ୍ରାଙ୍କନ, ପୋଷ୍ଟର ପ୍ରତିଦିନ ସକାଳ ୧୦ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ ଅନ୍‌ଲାଇନ୍‌ରେ ପଠାଇବାକୁ ହେବ। ଅନ୍‌ଲାଇନ ମାଧ୍ୟମରେ ଏହି ପ୍ରତିଯୋଗିତରେ ଭାଗ ନେବାକୁ ଚାହୁଁଥିବା ୫ ରୁ ୧୮ବର୍ଷର ପିଲାମାନେ ସେମାନଙ୍କ ସମ୍ପୂର୍ଣ୍ଣ ନାମ, ଠିକଣା, ବୟସ, ସ୍କୁଲର ବିବରଣୀ ହ୍ବାଟ୍ସଆପ୍‌ ନମ୍ବର ୭୬୫୭୦୩୯୮୯୧ ଏବଂ ଇମେଲ୍‌ info@sportsodisha.gov.in ରେ ନାମ ପଞ୍ଜିକରଣ କରିବାକୁ କୁହାଯାଇଛି। ଓଡ଼ିଶା ସରକାର ଏବଂ ୟୁନିସେଫ୍‌ ତରଫରୁ ବିଜେତାମାନଙ୍କୁ ମାନପତ୍ର ପ୍ରଦାନ କରାଯିବା ସହ ଶ୍ରେଷ୍ଠ ନିର୍ବାଚିତ ପ୍ରସଙ୍ଗଗୁଡ଼ିକ କୋଭିଡ୍‌-୧୯ ସୂଚନା ପ୍ରଚାର ଅଭିଯାନରେ ବ୍ୟବହୃତ ହେବ। ଏ ସମ୍ପର୍କରେ ଅଧିକ ତଥ୍ୟ ପାଇଁ www.sportsodisha.gov.in ଏବଂ www.wcdodisha.gov.in ୱେବ୍‌ସାଇଟ୍‌ରେ ଯୋଗାଯୋଗ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri