ଲକ୍‌ଡାଉନ୍‌ରେ ସକ୍ରିୟ ମଦ ମାଫିଆ: ଦେଶୀ ମଦ ରନ୍ଧା ଭାଟି ଉପରେ ବେଗୁନିଆ ପୋଲିସର ଚଢ଼ାଉ, ନଷ୍ଟ କଲା ୨ହଜାର ଲିଟର ପୋଚ୍‌

ବେଗୁନିଆ,୯।୪ (ଡି.ଏନ୍‍.ଏ): ଖୋର୍ଦ୍ଧା ଜିଲା ବେଗୁନିଆ ପୋଲିସ ଗୁରୁବାର ଏକ ଦେଶୀ ରନ୍ଧା ମଦଭାଟି ଉପରେ ଚଢ଼ାଉ କରିଥିବା ସୂଚନା ମିଳିଛି। ଏହି ଘଟଣାରେ ମାଫିଆମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ ୨ହଜାର ଲିଟର ପୋଚକୁ ନଷ୍ଟ କରିବା ସହ ଅନ୍ୟାନ୍ୟ ସରଞ୍ଜାମ ଜବତ କରିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ବେଗୁନିଆ ଓ ବୋଲଗଡ଼ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଥିବା ଏକଡ଼ାଳିଆ କାଜୁ ଜଙ୍ଗଲ ପରିସରରେ ମଦ ପ୍ରସ୍ତୁତ କରାଯାଉଥିବାର ଖବର ପୋଲିସକୁ ମିଳିଥିଲା। ଥାନାଧିକାରୀ ରଶ୍ମୀ ରଞ୍ଜନ ସାହୁ ଏବଂ ଫାଣ୍ଡି ଅଧିକାରୀ ଅଶୋକ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ୧୨ଜଣିଆ ପୋଲିସ ଟିମ୍‌ ଗଠନ କରାଯାଇଥିଲା। ସେମାନେ ୫ ଏକର ପରିମିତ ଜଙ୍ଗଲକୁ ଚତୁଃପାର୍ଶ୍ୱରୁ ସିଲ୍‌ କରିଥିଲା। ହେଲେ ଏନେଇ ମାଫିଆମାନେ ସୂଚନା ପାଇଯାଇଥିଲେ। ଫଳରେ ପୋଲିସ ପହଞ୍ଚିବା ପରେ କେବଳ ୨ହଜାର ଲିଟର ପୋଚ୍‌, ଗୁଡ ଭର୍ତ୍ତୀ ଟିଣ, ୟୁରିଆ, ଜାରକିନ୍‌ , ହଣ୍ଡା ଆଦି ମଦ ତିଆରି ସରଞ୍ଜାମ ଜବତ କରିଥିଲା। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି। ତେବେ ଲକ୍‌ଡାଉନ୍‌କୁ ନେଇ ପୋଲିସ ଗାଁକୁ ଗାଁ ବୁଲି ପହରା ଦେଉଥିବାର ସୁଯୋଗ ନେଇ ମଦ ଓ ଖଣି ମାଫିଆମାନଙ୍କ ପାଇଁ ସୂଯୋଗ ସୃଷ୍ଟି ହୋଇଛି ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri