ଲଗାଣ ବର୍ଷା : ରାଜପଥ ପାର୍ଶ୍ୱ ଗାର୍ଡୱାଲ ଧସିିଲା

ଖଣ୍ଡପଡ଼ା,୨୫।୧୦(ସ୍ବ.ପ୍ର.): ଅବିଶ୍ରାନ୍ତ ବର୍ଷା ଲାଗି ରହିବା ଫଳରେ ବାଘମାରୀ-କଣ୍ଟିଲୋ ୪୮ ନଂ. ରାଜପଥର ନୟାଗଡ଼ ଜିଲା କଣ୍ଟିଲୋ ପଲଟନ ପଡ଼ିଆ ନିକଟରେ ନିର୍ମିତ ଗାର୍ଡୱାଲଟି ଗୁରୁବାର ମୂଳରୁ ସମ୍ପୂର୍ଣ୍ଣ ଧସିପଡିଛି। ଗତ ୨ବର୍ଷ ପୂବେ ଏହା ନିର୍ମିତ ହୋଇଥିଲା। ପୂର୍ତ୍ତ ବିଭାଗ ପକ୍ଷରୁ ୪୮ ନଂ ରାଜ୍ୟ ରାଜପଥ ବାଘମାରୀଠାରୁ ଦଶପଲ୍ଲା ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାକୁ ସମ୍ପ୍ରସାରଣ କରାଯାଇ ନୀଳମାଧବ ବିଦ୍ୟାପୀଠ ପଲଟନ ପଡିଆ ପାଖରେ ଗାର୍ଡୱାଲଟି ନିର୍ମାଣ କରାଯାଇଥିଲା। ତେବେ ନିମ୍ନମାନର କାର୍ଯ୍ୟ ଯୋଗୁ ସନ୍ଧ୍ୟାରେ ଏହା ଧସି ପଡିଥିବା ଅଭିଯୋଗ ହେଉଛି।
ଅନ୍ୟପକ୍ଷେ ଲଗାଣ ବର୍ଷା ଯୋଗୁ ଖଣ୍ଡପଡ଼ା ଅଞ୍ଚଳରେ କଚ୍ଚା ଓ ଝାଟିମାଟି ଚାଳ, ଟିଣ ଓ ଆଜବେଷ୍ଟସ ଛପରଘରେ ବସବାସ କରୁଥିବା ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ତଳିଆ ଅଞ୍ଚଳରେ ବାସ କରୁଥିବା ଝୁମ୍ପୁଡି ଘର ବାସିନ୍ଦାଙ୍କ ଦୁଃଖ ବଳିପଡିଛି । ଘର ମଧ୍ୟରେ ବର୍ଷାପାଣି ପଶିଯାଇଥିବା ଯୋଗୁ ଅନେକ ପରିବାର ଏବେ ଚିନ୍ତାରେ ପଡିଯାଇଛନ୍ତି। ଅପରପକ୍ଷେ ଗତ କିଛିଦିନ ହେଲା କଣ୍ଟିଲୋ ବିଦ୍ୟୁତ୍‌ ସେକ୍ସନ ଅଧୀନରେ ଥିବା ସମସ୍ତ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ ଲୋକମାନଙ୍କୁ ଅତିଷ୍ଠ କରି ଦେଇଛି। ଗୁରୁବାର ସକାଳୁ ଲଘୁଚାପଜନିତ ଲଗାଣ ବର୍ଷା ଲାଗିରହିଥିବା ବେଳେ ଦିନ ତମାମ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ହେଉଥିବାରୁ ଖଣ୍ଡପଡ଼ା ବିଦ୍ୟୁତ୍‌ ଉପଖଣ୍ଡ ଅଧୀନ କଣ୍ଟିଲୋ, ବାଣପୁର, ସିଧାମୂଳା, ବଳରାମପ୍ରସାଦ, ବେଣାଗାଡିଆ, ପଥରଚକଡା, ମାଧପୁର, ଧାନଚେଙ୍ଗଡା, ଲକ୍ଷ୍ମୀପ୍ରସାଦ ଆଦି ଅଞ୍ଚଳର ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତ। ଏହି ସମୟ ମଧ୍ୟରେ ଖଣ୍ଡପଡା ସହରାଞ୍ଚଳରେ ବିଦ୍ୟୁତ୍‌ ସରବରାହ ସ୍ବାଭାବିକ ରହିଥିବା ବେଳେ ବିଭିନ୍ନ ସମୟରେ କଣ୍ଟିଲୋ ସେକ୍ସନ ଅଧୀନରେ ଥିବା ସମସ୍ତ ଗ୍ରାମରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହୁଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri