ଲଗାଣ ବର୍ଷା, ସମସ୍ତ ଅଞ୍ଚଳ ଜଳମୟ: ଜେସିବି ଯୋଗେ ଗ୍ରାମବାସୀ ନିର୍ମାଣ କଲେ ଡ୍ରେନ୍‌

କୃଷ୍ଣପ୍ରସାଦ,୮ା୮(ଡି.ଏନ.ଏ.): କୃଷ୍ଣପ୍ରସାଦ ବ୍ଲକରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁ ସମସ୍ତ ଅଞ୍ଚଳ ଜଳମୟ ହୋଇଉଠିଛି। ବର୍ଷା ପାଣିରେ ଗାଁ ଦାଣ୍ଡ ଉବୁଟୁବୁ ହେଉଛି। ବର୍ଷା ଲାଗି ରହିବାରୁ ଏହା ବିଶେଷ ଭାବେ କୃଷି ଓ କୃଷକଙ୍କ ନିମନ୍ତେ ଅନୁକୂଳ ପରିବେଶ ସୃଷ୍ଟି କରିଥିଲେ ମଧ୍ୟ ସାଧାରଣ ଜୀବନ ବ୍ୟାହତ ହୋଇଛି। ଘରୁ ବାହାରିଲେ କେବଳ ଜଳ ହିଁ ଜଳ ଦୃଷ୍ଟିଗୋଚର ହେଉଛି। ମାଲୁଦ ଅଞ୍ଚଳର କରଣ ସାହି, ପାଇକ ସାହି, ରାଜାବଜାର କିଛି ଘର ଭିତରକୁ ପାଣି ପଶିଯିବାରୁ ଲୋକେ ହଇରାଣ ହୋଇଥିବା ସୂଚନା ମିଳିଛି। ସେହିଭଳି ପାରିକୁଦ, ଅଲ୍ଲୀପୁର, ପାଟନାସୀ, ଶ୍ରୀରାମପୁର, ରସକୁଦି ଅଞ୍ଚଳର ଗାଁ ଦାଣ୍ଡରେ ବର୍ଷା ଜଳ ପ୍ରବାହିତ ହେଉଛି। ଚିଲିକା ଜଳ ବଢ଼ି ଗାଁ ମୁହାଁ ହେବାରୁ କେତେଜଣ ଆତଙ୍କ ଓ ଆଶଙ୍କା ମଧ୍ୟରେ ଦିନ ବିତାଉଛନ୍ତି। ମାଲୁଦ ରାସ୍ତା ମଧ୍ୟ ଜଳରେ ଡୁବିଯାଇଥିବାରୁ ଲୋକଙ୍କ ଯାତାୟତରେ ଘୋର ସମସ୍ୟା ସୃଷ୍ଟି ହୋଇଛି। ବର୍ଷାଋତୁରେ ଜନସାଧାରଣ ହଇରାଣ ହେଉଥିବାରୁ ଏଠାରେ ଡ୍ରେନ ନିର୍ମାଣ ନିମନ୍ତେ ଦୀର୍ଘବର୍ଷ ଧରି ଦାବି ହୋଇଆସୁଛି। ତେବେ ପ୍ରଶାସନ ଏଥିପ୍ରତି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ମାଲୁଦ ଗ୍ରାମବାସୀ ଜେସିବିି ଦ୍ୱାରା ଅସ୍ଥାୟୀ ଡ୍ରେନ୍‌ କରି ଜଳ ନିଷ୍କାସନ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri