ଲଗାଣ ବର୍ଷା: ୨୫ ଗାଁ ପାଣିଘେରରେ

ଆରଡ଼ି,୧୭।୯(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ, ସୁନ୍ଦରପୁର, ଆରଡ଼ି, ନାନ୍ଦପୁର ଆଦି ପଞ୍ଚାୟତର ୨୫ ଗାଁ ପ୍ରଭାବିତ ହୋଇଛି। ଓଳଗ ପଞ୍ଚାୟତର ବୋଡ଼କ, ଆରଡ଼ି ପଞ୍ଚାୟତର ମୁଆଁ ଓ ସନ୍ତରା ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଏସବୁ ପଞ୍ଚାୟତର ଶତାଧିକ ହେକ୍ଟର ଚାଷଜମି ପାଣିରେ ବୁଡ଼ିଛି। ଆରଡ଼ି-ଯାଜପୁର ରାସ୍ତାର ବୋଡ଼କ ନିକଟରେ ରାସ୍ତା ଉପରେ ୩ଫୁଟ୍‌ ଓ ଆରଡ଼ି-ଚାନ୍ଦବାଲି ରାସ୍ତାର ମୁଆଁ ନିକଟରେ ୪ ଫୁଟ୍‌ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ସୁନ୍ଦରପୁର ପଞ୍ଚାୟତର ଦୋହରାପାଟଣା ମଳିକସାହି ନିକଟରେ ନଦୀବନ୍ଧରେ ଘଳିଆ ପଡ଼ିବାରୁ ଗାଁ ଭିତରେ ବନ୍ୟାଜଳ ପଶିଛି। ଚାନ୍ଦବାଲି ବିଡିଓ ଜ୍ୟୋତି ବିକାଶ ଦାଶ ବନ୍ୟା ପ୍ରଭାବିତ ବୋଡ଼କ, ମୁଆଁ, ସନ୍ତରା ଆଦି ଗାଁ ବୁଲି ଦେଖିଛନ୍ତି। ପାଣିଘେରରେ ଥିବା ଏସବୁ ଗାଁର ପ୍ରାୟ ୫୦ ପରିବାରକୁ ଶୁଖିଲା ଖାଦ୍ୟ ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି। ଆଖଣ୍ଡଳମଣି-ଭଦ୍ରକ ରାସ୍ତାର ଅସୁରାଳି, କେଠାର ନିକଟରେ ୧ ଫୁଟ୍‌ର ପାଣି ସୁଅ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri