ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ିବା ଘଟଣା: ବୃଦ୍ଧା ମୃତ

ଦିଗପହଣ୍ଡି,୨୯।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା ଗାଁ ଦଳିତ ସାହିରେ ଲଗାଣ ବର୍ଷାରେ ଗତ ଶନିବାର ସନ୍ତୋଷ ନାଇକଙ୍କ ମାଟି କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଏଥିରେ ତାଙ୍କର ୧୦ ମାସର ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ବେଳେ ପରିବାରର ଅନ୍ୟ ୪ଜଣ ଆହତ ହୋଇ ଚିକିତ୍ସାଧୀନ ଥିଲେ। ମଙ୍ଗଳବାର ସକାଳେ ସନ୍ତୋଷଙ୍କ ମା’ରାହାସ ନାଇକଙ୍କର ବ୍ରହ୍ମପୁର ବଡ ଡାକ୍ତରଖାନାରେ ମୃତ୍ୟୁ ଘଟିଛି।
ପ୍ରକାଶ ଯେ, ସନ୍ତୋଷ ଶୁକ୍ରବାର ରାତିରେ ଖାଇସାରି ମା’ ରାହାସ, ସ୍ତ୍ରୀ ବନିତା, କନ୍ୟା ପ୍ରିୟଙ୍କା ଓ ପୁଅ ସନାତନଙ୍କ ସହ ଶୋଇଥିଲେ। ଭୋରରୁ ନଡ଼ା ଛପର ଘର ଭୁଶୁଡ଼ିପଡ଼ିବାରୁ ସପରିବାର ଆହତ ହୋଇଥିଲେ। ସମସ୍ତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସନାତନଙ୍କୁ ମୃତ ଘୋଷଣା କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ବନିତା ଓ ରାହାସଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ବନିତାଙ୍କ ଅବସ୍ଥା ଏବେ ବି ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ଅସହାୟ ସନ୍ତୋଷଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇଦେବାକୁ ସାମାଜିକ କର୍ମୀ ଇଂ. ଉତ୍ତମ କୁମାର ପାଣିଗ୍ରାହୀ ଦାବି କରିଛନ୍ତି। ଏନେଇ ତହସିଲଦାରଙ୍କୁ ପଚାରିବାରୁ ଡାକ୍ତରଙ୍କ ରିପୋର୍ଟ ମିଳିବାପରେ ସରକାରୀ କ୍ଷତିପୂରଣ ନିମନ୍ତେ ଜିଲା ପ୍ରଶାସନକୁ ଅବଗତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri