ସିଂହପୁର,୨୪।୧୦(ଡିଏନଏ)- ଲଘୁଚାପଜନିତ ବର୍ଷାରେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ସମେତ ସମଗ୍ର ବ୍ଲକରେ ବ୍ୟାପକ ପ୍ରଭାବିତ ହୋଇଛି। ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ବ୍ଲକର ବିଭିନ୍ନ ଅଞ୍ଚଳରେ ମାଟି ଘରଗୁଡ଼ିକ ପ୍ରଭାବିତ ହୋଇଛି। ଏହା ସହିତ ଚାଷ କ୍ଷେତ୍ରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳୁଛି। ଏହି ବର୍ଷାରେ ବିରି ଫସଲ ସମ୍ପୂର୍ଣ୍ଣ ଉଜୁଡ଼ିବା ଆଶଙ୍କା ଦେଖାଦେଇଛି ଓ ବିଅଳି ଧାନ ଗଛ ବର୍ଷା ପାଣିରେ ବୁଡ଼ି ରହି ବ୍ୟାପକ କ୍ଷତି ହୋଇଥିବା ଚାଷୀମାନେ ପ୍ରକାଶ କରିଛନ୍ତି। ବୁଧବାର ବିଞ୍ଝାରପୁର ବ୍ଲକରେ ୭୬ ମି.ମି. ବର୍ଷା ହୋଇଥିବା ପ୍ରଶାସନ ପକ୍ଷରୁ ରେକର୍ଡ କରାଯାଇଛି। ଏନେଇ ବିଡିଓ ମିନତୀ ଜଗଦେବ ସୂଚନା ଦେବା ସହିତ ବର୍ଷା ପରେ କ୍ଷୟକ୍ଷତି ଆକଳନ କରାଯିବ ବୋଲି ପ୍ରକାଶ କରିଛନ୍ତି।
Posted inଆମ ଜିଲା ଖବର, ଯାଜପୁର View All
ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ
ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...
କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...
ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...
ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ
ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...
ଲିକ୍ ହୋଇ ଫାଟିଲା ରନ୍ଧନ ଗ୍ୟାସ୍ ସିଲିଣ୍ଡର, ଘରେ ଥିଲେ…
କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...
Archives


