ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପଡ଼ୋଶୀଙ୍କ ବାରଣ୍ଡାରେ ଆଶ୍ରୟ ନେଲେ ବୃଦ୍ଧ ଦମ୍ପତି

କୋଟଗଡ଼, ୧୨। ୯(ଡି.ଏନ୍‌.ଏ.): ସରକାରଙ୍କ ତରଫରୁ ବାସହୀନଙ୍କୁ ଗୃହ ଯୋଗାଇ ଦେବା ଉଦ୍ଦେଶ୍ୟରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ କନ୍ଧମାଳ ଜିଲା କୋଟଗଡ ବ୍ଳକ ଯୁଡ଼ାବାଲି ପଞ୍ଚାୟତ ଗୁମପଦର ଗ୍ରାମର ପାଇନା ମଲିକ(୬୦)ଙ୍କ ପାଇଁ ସେସବୁ ସାତସପନ ପାଲଟିଛି।

ସ୍ତ୍ରୀଙ୍କ ସହ ପାଇନା ଦୀର୍ଘଦିନ ଧରି କଚ୍ଚା ଘରେ ରହିଆସୁଥିଲେ। ମାତ୍ର ଗତ ଲଗାଣ ବର୍ଷାରେ ଉକ୍ତ ଘରଟି ଭାଙ୍ଗିଯାଇଛି। ଫଳରେ ସେମାନେ ପଡ଼ୋଶୀଙ୍କ ଘର ବାରଣ୍ଡାରେ ଆଶ୍ରୟ ଦେଇଛନ୍ତି। ଉକ୍ତ ଦମ୍ପତି ନିଃସନ୍ତାନ ଥିବା ବେଳେ ରୋଜଗାରର କିଛି ମାଧ୍ୟମ ନ ଥିବାରୁ ଭାଙ୍ଗି ଯାଇଥିବା ଘର ସଜାଡ଼ିବା ସମ୍ଭବପର ନୁହେଁ। ଏପରିକି ବାର୍ଦ୍ଧକ୍ୟ ଭତ୍ତା ମିଳୁ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଏନେଇ କୋଟଗଡ଼ ତହସିଲଦାର ଲକ୍ଷ୍ମଣ ସୁରେନ୍‌ଙ୍କୁ ପଚାରିବାରୁ ସେ କୁହନ୍ତି, ଯଦି ଘର ଭାଙ୍ଗିଯାଇଛି, ତେବେ ତାଙ୍କୁ ତୁରନ୍ତ ପଲିଥିନ ଯୋଗାଇ ଦିଆଯିବ। ଏଥିସହ କୋଟଗଡ଼ ବିଡିଓଙ୍କୁ କହି ଏକ ପକ୍କାଘର ଯୋଗାଇଦେବା ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri