ଲଗାଣବର୍ଷା : ପନିପରିବା ସହ ଫସଲ ନଷ୍ଟ ଆଶଙ୍କା

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଛି। ଫଳରେ ଚାଷଜମି ସହ ପନିପରିବା ଚାଷ କ୍ଷତି ହେବା ଆଶଙ୍କା କରାଯାଇଛି। ଗୁରୁବାର ସକାଳ ସୁଦ୍ଧା ଅଞ୍ଚଳରେ ୩୮ମିମି ବର୍ଷା ହୋଇଥିବା ରେକର୍ଡ଼ ସଂଗ୍ରହ କରାଯାଇଛି। ସେହିପରି ବର୍ଷା ଯୋଗୁଁ ଅଞ୍ଚଳରେ ଥଣ୍ଡା ପଡ଼ିବା ସହ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀକୁ ଖସିଆସିଛି। ଦାରିଙ୍ଗବାଡ଼ି ସହରକୁ ଛାଡ଼ିଦେଲେ ସିମନବାଡ଼ି ସମେତ ଶ୍ରାନିକେତା, ଭ୍ରମରବାଡ଼ି, ସିଆଙ୍ଗବାଲି, ବ୍ରାହ୍ମଣୀଗାଁ, କାଟିଙ୍ଗିଆ, ଗଦାପୁର, କୁମ୍ଭାରିଗାଁ, ତାଜୁଙ୍ଗିଆ ଆଦି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଲୋକେ ଘରୁ ବାହାରକୁ ବାହାରି ପାରି ନ ଥିବା କହିଛନ୍ତି। ସେପଟେ ଅର୍ଥକାରୀ ଫସଲ ମଧ୍ୟରେ ସୋରିଷ ଚାଷରେ କ୍ଷତି ହୋଇଥିବା ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡାପାଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri