ଲଘୁଚାପ ବର୍ଷାରେ ଖଇରା ଉବୁଟୁବୁ

ଖଇରା, ୧୪।୮(ଡି.ଏନ.ଏ.)-୨ଦିନ ଧରି ଲଗାଣ ବର୍ଷାରେ ବାଲେଶ୍ୱର ଜିଲା ଖଇରା ବ୍ଲକର ଦେଇ ଯାଇଥିବା ବିଭିନ୍ନ ନଦୀ ଓ ନାଳ ଉଛୁଳି ପଡିଛି ା ଏହି କାରଣରୁ ବିଭିନ୍ନ ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ବିଭିନ୍ନ ସଙ୍ଗଠନ ପକ୍ଷରୁ ପ୍ରଶାସନ ନିକଟରେ ଦାବି ଉପସ୍ଥାପନ କରାଯାଇଛି ା ଖଇରା ବଜାର ସଂଲଗ୍ନ ନାଳଗୁଡିକ ଅବରୋଧ ଯୋଗୁ ବିଭିନ୍ନ ଦୋକାନରେ ପାଣି ପଶି ବ୍ୟବସାୟୀଙ୍କୁ ଅସ୍ତବ୍ୟସ୍ତ କରିପକାଇଛି। ବିଏସଏନଏଲ ଏକ୍ସଚେଞ୍ଜ ପାଣି ପଶିବା ଯୋଗୁ ବ୍ରଡବ୍ୟାଣ୍ଡ ଓ ଟେଲି ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି ା ସେହିଭଳି ମହତୀପୁର ପଞ୍ଚାୟତ ବିଣାପୁର ଗ୍ରାମ ରାସ୍ତାରେ ୪ଫୁଟ ଉଚ୍ଚର ପ୍ରାଣି ପ୍ରବାହିତ ହେଉଥିବା ଶତାଧିକ ଗ୍ରାମବାସୀ ପାଣିଘେରରେ ରହିଛନ୍ତି। ପୂର୍ତ୍ତ ବିଭାଗ ଅପରିଣାମଦର୍ଶିତା ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ନେଇ ପୂର୍ଣ୍ଣଚନ୍ଦ୍ର ଗିରି, ବିଜୟ ପ୍ରଧାନ, ଶମ୍ବୁନାଥ ପ୍ରଧାନ, ଭାଗିରଥି ଗିରି, ଗୋବିନ୍ଦ ଦାସ ପ୍ରମୁଖ ଅଭିଯୋଗ କରିଛନ୍ତି ା ସେହିଭଳି ସୁଣ୍ଢିରା ଗ୍ରାମ ବାସୁଳି ନଦୀ ଉଛୁଳିବା ଯୋଗୁ ନଦୀ ସଂଲଗ୍ନ ଦାଶରଥି ବାରପଡା ହାଇସ୍କୁଲର ଛାତ୍ରୀଛାତ୍ରମାନେ ମଙ୍ଗଳବାର ପାଣି ଭର୍ତ୍ତୀ ୩ଶହ ମିଟର ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଚାଲିଚାଲି ଘରକୁ ଫେରିଥିବା ଜଣା ଯାଇଛି ା ଏଥିଯୋଗୁ ଅଭିଭାବକ ଓ ଶିକ୍ଷକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ା କାଂଶବାଂଶ, ପଥରକଟା, ପଥରଶୁଣି ଓ ଛାଞ୍ଚୁଣିଆ ଆଦି ନଦୀ ପୂରି ଉଠିବା କାରଣରୁ ନଦୀକୂଳିଆ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri