ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତାରେ ଲହଡ଼ି ମାରୁଛି ବର୍ଷାଜଳ, ଘରେ ପଶିଲା ନର୍ଦ୍ଦମା ପାଣି

ବ୍ରହ୍ମପୁର ଅଫିସ, ୫।୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ବିଳମ୍ବିତ ରାତିରୁ ବର୍ଷା ଲାଗି ରହିଛି। ଭୋରରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଗୋପାଳପୁର ପାଣିପାଗ କେନ୍ଦ୍ର ଇନ୍‌ଚାର୍ଜ ଉମାଶଙ୍କର ସାହୁଙ୍କ ସୂଚନା ଅନୁଯାୟୀ, ଗୁରୁବାର ସକାଳ ୮.୩୦ ସୁଦ୍ଧା ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳରେ ୧୦୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଶୁକ୍ରବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସେ ସୂଚାଇଛନ୍ତି ।

ଅପରପକ୍ଷେ ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ବ୍ରହ୍ମପୁର ମହାନଗର। ସହରର ୨ନଂ ୱାର୍ଡ ଲକ୍ଷ୍ମୀ ନୃସିଂହ ସାହିରେ ପ୍ରାୟ ୨ଫୁଟରୁ ଊର୍ଦ୍ଧ୍ୱ ଉଚ୍ଚତାର ବର୍ଷାଜଳ ଜମି ରହିବା ସହ ଘର ମଧ୍ୟରେ ନର୍ଦ୍ଦମାମିଶା ବର୍ଷା ଜଳ ପଶିଛି । ସେହିପରି କେସି ଟାଉନ ହାଇସ୍କୁଲ ଭିତରେ ନର୍ଦ୍ଦମା ଜଳ ପଶିବା ଫଳରେ ସ୍କୁଲରେ ପାଠପଢା ବ୍ୟାହତ ହୋଇଛି । ଗଜପତି ନଗର, ଅନନ୍ତ ନଗର ୫ମ ଗଳି, ରେଡ଼ିଓ ଷ୍ଟେସନ ବ୍ୟାଙ୍କ କଲୋନୀ, ଆସ୍କାରୋଡ ପ୍ରମୁଖ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ନର୍ଦ୍ଦମା ମିଶା ବର୍ଷା ଜଳ ଜମିରହିବା ଫଳରେ ରାସ୍ତାରେ ଯାତାୟାତ ପ୍ରଭାବିତ ହୋଇଛି । ତେବେ ଡ୍ରେନେଜ୍‌ ସଫେଇ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସିି) ପକ୍ଷରୁ ସ୍ବତନ୍ତ୍ର ୧୫ ଜଣିଆ ଟିମ୍‌ ଗଠନ କରାଯାଇଛି । ବର୍ଷାଜଳ ନିଷ୍କାସନ ପାଇଁ ୬ ଜଣିଆ ଟିମ୍‌ ସହ ଜେସିବି ଓ ହିଟାଚିକୁ କାର୍ଯ୍ୟରେ ଲଗାଯାଇଥିବା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri