ଲଘୁଚାପ ବିଳମ୍ବିତ: ୭ ଯାଏ ସ୍ବଳ୍ପ ବର୍ଷା, ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବେ ଲଘୁଚାପ ଦାନା ବାନ୍ଧୁଛି। ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ସମୁଦ୍ର ପତ୍ତନଠାରୁ ଟ୍ରପୋସ୍ପିୟର ମଧ୍ୟଭାଗ ପର୍ଯ୍ୟନ୍ତ ଲମ୍ବିଥିବା ସୂଚନା ମିଳିଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଦିବାରାତ୍ର ତାରତମ୍ୟରେ ମେଘବଳୟର ପ୍ରଭାବ ଏବଂ ସମୁଦ୍ର ପତ୍ତନରୁ ଉଚ୍ଚତା ସହ ବାୟୁର ନିୟମିତ ଦିଗ ପରିବର୍ତ୍ତନର ତୀବ୍ରତା ବୃଦ୍ଧି ଯୋଗୁ ସୃଷ୍ଟି ହୋଇଥିବା ଏହି ଲଘୁଚାପର ଘନୀଭୂତ ପ୍ରକ୍ରିୟା ବିଳମ୍ବିତ ହେଉଛି ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ରବିବାର ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ଆସନ୍ତା ୭ ତାରିଖ ମଧ୍ୟରେ ଏହି ଲଘୁଚାପ ଘନୀଭୂତ ହୋଇ ୱେଲମାର୍କଡ୍‌ ପ୍ରେସରରେ ପରିଣତ ହେବାର ସମ୍ଭାବନା ରହିଛି। ଏପରିକି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଲଘୁଚାପ ଆସନ୍ତା ୭ ତାରିଖ ଯାଏଁ ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରବିବାରଠାରୁ ୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ବିଶେଷକରି ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭଦ୍ରକ, ବାଲେଶ୍ୱର, ଯାଜପୁର କେନ୍ଦୁଝର ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ସେହିପରି ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୧୧ଟି ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗୋଟେ କିମ୍ବା ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ରବିବାର ସାରୁ ସୋମବାର ସନ୍ଧ୍ୟା ସୁଦ୍ଧା ଉପକୂଳ ଓଡିଶା, ଅନୁଗୋଳ, ସୁନ୍ଦରଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କୋରାପୁଟ, କଳାହାଣ୍ଡି, ରାୟଗଡା, ନୂଆପଡ଼ାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା କୁହାଯାଇଛି। ସେହିଭଳି କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କଟକ, ପୁରୀ, ରାୟଗଡା, ଗଜପତି, କନ୍ଧମାଳ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri