ଲଘୁଚାପ: ୧୦ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏଥିସହିତ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବ। ରାଜ୍ୟରେ ବିଭିନ୍ନ ସ୍ଥାନରେ ୩ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଲଘୁଚାପକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲଘୁଚାପ ଉପରେ ସତର୍କ ଦୃଷ୍ଟି ରଖିବା ସହ ବର୍ଷା ପରିମାଣ ରିପୋର୍ଟ କାର୍ଯ୍ୟାଳୟକୁ ନିରନ୍ତର ପଠାଇବାକୁ କୁହାଯାଇଛି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବା ସକାଶେ ଜିଲା ପ୍ରଶାସନକୁ ସତର୍କ କରାଯାଇଛି। ଲଘୁଚାପ ଯୋଗୁ ଆସନ୍ତା ୯ ତାରିଖରୁ ୧୩ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ୯ ତାରିଖ ସନ୍ଧ୍ୟାରୁ ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୦ ତାରିଖରେ ବର୍ଷା ପରିମାଣ ବଢିବ। କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ କନ୍ଧମାଳ ଏବଂ କଳାହାଣ୍ଡି ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୧ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୩ ତାରିଖରେ ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର ଏବଂ ବରଗଡ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହିବ। ୧୦ ରୁ ୧୨ ତାରିଖ ଯାଏ ସମୁଦ୍ରକୁ ମାଛ ଧରିବା ଲାଗି ନ ଯିବା ସକାଶେ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri