Posted inଖେଳ

ଲଡର୍‌ସ ଟେଷ୍ଟରୁ ଓଲି ଷ୍ଟୋନ୍‌ ବାଦ୍‌

ଲଣ୍ଡନ, ୭।୮- ଆଘାତଜନିତ ସମସ୍ୟା ଇଂଲଣ୍ଡ ଦ୍ରୁତ ବୋଲର ଓଲି ଷ୍ଟୋନ୍‌ ଲଡର୍‌ସରେ ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ୨ୟ ଆଶେସ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି। ଓ୍ବର୍କଶାୟର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟୋନ୍‌ ଏଜ୍‌ବାଷ୍ଟନରେ ଅଭ୍ୟାସ କରୁଥିବାବେଳେ ପିଠି ଯନ୍ତ୍ରଣାଜନିତ ଆଘାତ ପାଇଥିଲେ ଏବଂ ତାଙ୍କୁ ୨ ସପ୍ତାହ ଲାଗି ବିଶ୍ରାମ ଦିଆଯାଇଛି। ଫଳରେ ଅଗଷ୍ଟ ୧୪ରୁ ଆରମ୍ଭ ହେବାକୁ ଥିବା ଆଶେସ ସିରିଜର ୨ୟ ମ୍ୟାଚ୍‌ରୁ ସେ ବାଦ୍‌ ପଡ଼ିବା ନିଶ୍ଚିତ ହୋଇଛି। ୨୫ ବର୍ଷୀୟ ଡାହାଣହାତୀ ଦ୍ରୁତ ବୋଲର ଓଲି ଆୟର୍ଲାଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟରେ ପଦାର୍ପଣ କରିଥିଲେ। ପ୍ରଥମ ମ୍ୟାଚ୍‌ରେ ପରାଜୟବରଣ କରିଥିବା ଘରୋଇ ଇଂଲଣ୍ଡ ଦଳ ପାଇଁ ଷ୍ଟୋନ୍‌ ବାଦ୍‌ ପଡ଼ିବା ଶକ୍ତ ଧକ୍କା ସଦୃଶ ହୋଇଛି। ପୂର୍ବରୁ ମଙ୍ଗଳବାର ସମାନ ଆଘାତଜନିତ କାରଣ ଲାଗି ବରିଷ୍ଠ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ୨ୟ ଟେଷ୍ଟରୁ ବାଦ୍‌ ପଡ଼ିଥିଲେ। ଆଣ୍ଡରସନଙ୍କ ସ୍ଥାନରେ ଷ୍ଟୋନ ଖେଳିବା ଏକପ୍ରକାର ନିଶ୍ଚିତ ହୋଇଥିଲା। ଅନ୍ୟତମ ଦ୍ରୁତ ବୋଲର ମାର୍କ ଉଡ୍‌ ପୁରା ସିଜନରୁ ବାଦ୍‌ ପଡ଼ିସାରିଥିବାବେଳେ ଏବେ ଜୋଫ୍ରା ଆର୍ଚର ଲଡର୍‌ସ ଟେଷ୍ଟ ଖେଳିବା ସମ୍ଭାବନା ସୃଷ୍ଟି ହୋଇଛି। ଜୋଫ୍ରା ମଙ୍ଗଳବାର ସସେକ୍ସ ୨ୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରି ଗ୍ଲୋଷ୍ଟରଶାୟର ବିପକ୍ଷରେ ୬ ଉଇକେଟ୍‌ ଓ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri