Posted inଖେଳ

ଲଭ୍‌ଲିନା, ନୀରଜ ଜିତିଲେ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୪ା୮ (ପି.ଟି.)-ରୁଷିଆର କାସ୍ପିସ୍କଠାରେ ଚାଲିଥିବା ମାଗୋମ୍‌ଡ ସଲାମ ଉମାଖାନୋଭ ମେମୋରିଆଲ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟରେ ଭାରତୀୟ ବକ୍ସରମାନେ ଭଲ ପ୍ରଦର୍ଶନ କରିଛନ୍ତି। ଶନିବାର ଲଭ୍‌ଲିନା ବୋର୍ଗୋହେନ୍‌ ଏବଂ ନୀରଜ ସ୍ବର୍ଣ୍ଣ ଜିତିଥିବାବେଳେ ଗୌରବ ସୋଲାଙ୍କି ରୌପ୍ୟ ଜିତିଛନ୍ତି। ଟୁର୍ନାମେଣ୍ଟରେ ଭାରତୀୟ ବକ୍ସରମାନେ ଦୁଇ ସ୍ବର୍ଣ୍ଣ ୧ ରୌପ୍ୟ ଏବଂ ୩ ବ୍ରୋଞ୍ଜ ସହ ମୋଟ ୭ ପଦକ ଜିତିଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ବିଜୟିନୀ ଲଭ୍‌ଲିନା (୬୯କେଜି) ଫାଇନାଲରେ ଇଟାଲିର ଆସଣ୍ଟା କାନଫୋରାଙ୍କୁ ୩-୨ରେ ହରାଇବା ସହ ତାଙ୍କ ପୂର୍ବ ପରାଜୟର ପ୍ରତିଶୋଧ ନେଇଥିଲେ। ପୂର୍ବରୁ ଇଣ୍ଡିଆନ ଓପନ ଫାଇନାଲରେ ସେ ଏହି ବକ୍ସରଙ୍କଠାରୁ ୨-୩ରେ ପରାଜିତ ହୋଇଥିଲେ। ଲଭ୍‌ଲିନାଙ୍କର ଏହା ହେଉଛି ପ୍ରଥମ ଅନ୍ତର୍ଜାତୀୟ ସ୍ବର୍ଣ୍ଣ। ଅନ୍ୟପକ୍ଷରେ ସେମିଫାଇନାଲରେ ପୂର୍ବତନ ବିଶ୍ୱ ଚାମ୍ପିୟନ ଆଲେସିଆ ମେସିଆନୋଙ୍କୁ ୩-୨ରେ ପରାସ୍ତ କରି ବିପର୍ଯ୍ୟୟ ସୃଷ୍ଟି କରିଥିବା ନୀରଜ ତାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରଖି ଟାଇଟଲ ମୁକାବିଲାରେ ରୁଷିଆର ମାଲ୍‌କା ସାକ୍ଷିଡୋଭାଙ୍କୁ ହରାଇ ଦେଇଥିଲେ। ଗୌରବ ସୋଲାଙ୍କି କିନ୍ତୁ ତାଙ୍କ ବାଉଟ୍‌ ହାରିଯାଇଥିଲେ। ସେ ଉଜ୍‌ବେକିସ୍ତାନର ଅବ୍‌ଦୁଲଖେ ଶାରାଖାମାତୋଭ୍‌ଙ୍କଠାରୁ ୦-୫ରେ ପରାସ୍ତ ହୋଇଥିଲେ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ବିପକ୍ଷ ବକ୍ସରଙ୍କ ପେସ୍‌ ଓ ପାଓ୍ବାରକୁ ସାମ୍ନା କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri