Posted inଖେଳ

ଲଭ୍‌ଲିନା, ନୀରଜ ଜିତିଲେ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୪ା୮ (ପି.ଟି.)-ରୁଷିଆର କାସ୍ପିସ୍କଠାରେ ଚାଲିଥିବା ମାଗୋମ୍‌ଡ ସଲାମ ଉମାଖାନୋଭ ମେମୋରିଆଲ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟରେ ଭାରତୀୟ ବକ୍ସରମାନେ ଭଲ ପ୍ରଦର୍ଶନ କରିଛନ୍ତି। ଶନିବାର ଲଭ୍‌ଲିନା ବୋର୍ଗୋହେନ୍‌ ଏବଂ ନୀରଜ ସ୍ବର୍ଣ୍ଣ ଜିତିଥିବାବେଳେ ଗୌରବ ସୋଲାଙ୍କି ରୌପ୍ୟ ଜିତିଛନ୍ତି। ଟୁର୍ନାମେଣ୍ଟରେ ଭାରତୀୟ ବକ୍ସରମାନେ ଦୁଇ ସ୍ବର୍ଣ୍ଣ ୧ ରୌପ୍ୟ ଏବଂ ୩ ବ୍ରୋଞ୍ଜ ସହ ମୋଟ ୭ ପଦକ ଜିତିଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ବିଜୟିନୀ ଲଭ୍‌ଲିନା (୬୯କେଜି) ଫାଇନାଲରେ ଇଟାଲିର ଆସଣ୍ଟା କାନଫୋରାଙ୍କୁ ୩-୨ରେ ହରାଇବା ସହ ତାଙ୍କ ପୂର୍ବ ପରାଜୟର ପ୍ରତିଶୋଧ ନେଇଥିଲେ। ପୂର୍ବରୁ ଇଣ୍ଡିଆନ ଓପନ ଫାଇନାଲରେ ସେ ଏହି ବକ୍ସରଙ୍କଠାରୁ ୨-୩ରେ ପରାଜିତ ହୋଇଥିଲେ। ଲଭ୍‌ଲିନାଙ୍କର ଏହା ହେଉଛି ପ୍ରଥମ ଅନ୍ତର୍ଜାତୀୟ ସ୍ବର୍ଣ୍ଣ। ଅନ୍ୟପକ୍ଷରେ ସେମିଫାଇନାଲରେ ପୂର୍ବତନ ବିଶ୍ୱ ଚାମ୍ପିୟନ ଆଲେସିଆ ମେସିଆନୋଙ୍କୁ ୩-୨ରେ ପରାସ୍ତ କରି ବିପର୍ଯ୍ୟୟ ସୃଷ୍ଟି କରିଥିବା ନୀରଜ ତାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରଖି ଟାଇଟଲ ମୁକାବିଲାରେ ରୁଷିଆର ମାଲ୍‌କା ସାକ୍ଷିଡୋଭାଙ୍କୁ ହରାଇ ଦେଇଥିଲେ। ଗୌରବ ସୋଲାଙ୍କି କିନ୍ତୁ ତାଙ୍କ ବାଉଟ୍‌ ହାରିଯାଇଥିଲେ। ସେ ଉଜ୍‌ବେକିସ୍ତାନର ଅବ୍‌ଦୁଲଖେ ଶାରାଖାମାତୋଭ୍‌ଙ୍କଠାରୁ ୦-୫ରେ ପରାସ୍ତ ହୋଇଥିଲେ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜେତା ବିପକ୍ଷ ବକ୍ସରଙ୍କ ପେସ୍‌ ଓ ପାଓ୍ବାରକୁ ସାମ୍ନା କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri