Posted inଖେଳ

ଲର୍ଡସ ଟେଷ୍ଟ: ବର୍ଷା ଯୋଗୁ ପ୍ରଥମ ଦିନ ଧୋଇଗଲା

ଲର୍ଡସ,୧୫।୮(ଏଏଫପି)- ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ବୁଧବାର ଏଠାରେ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ଆଶେସ ଟେଷ୍ଟର ପ୍ରଥମ ଦିନର ଖେଳ ବାତିଲ ହୋଇଛି। କ୍ରମାଗତ ବର୍ଷା କାରଣରୁ ବିନା ଟସ୍‌ ଓ ବଲ୍‌ ପଡିବାରେ ପ୍ରଥମ ଦିନରେ ଖେଳ ସମ୍ପୂର୍ଣ୍ଣ ଭାବେ ଧୋଇଯାଇଛି। ଦୁଇ ଦଳ ମଧ୍ୟ ସେମାନଙ୍କ ଅନ୍ତିମ ଏକାଦଶ ଘୋଷଣା କରିନାହାନ୍ତି। ଯୁବ ଦ୍ରୁତ ବୋଲର ଜୋଫ୍ରା ଆର୍ଚରଙ୍କୁ ଇଂଲଣ୍ଡ କ୍ୟାପ୍‌ ପ୍ରଦାନ କରାଯାଇଥିଲା। ଫଳରେ ସେ ଏହି ଟେଷ୍ଟରେ ପଦାର୍ପଣ କରିବାର ନିଶ୍ଚିତ ହୋଇଛି। ପ୍ରଥମ ଦିନର ଖେଳ ବାତିଲ ହୋଇଥିବାରୁ ଏବେ ଅବଶିଷ୍ଟ ୪ ଦିନରେ ଅତିରିକ୍ତ ୮ ଓଭର ଲେଖାଏ ଖେଳ ହେବ। ଆଗକୁ ପୁଣି ବର୍ଷା ହେବ ବୋଲି ପୂର୍ବନୁମାନ କରାଯାଇଛି।
ଉଲ୍ଲେଖଥାଉ କି, ଏଜ୍‌ବାଷ୍ଟନରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପୂର୍ବତନ ଅଧିନାୟକ ଷ୍ଟିଭ୍‌ ସ୍ମିଥ୍‌ଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ୨୫୧ରନରେ ବିଜୟୀ ହୋଇଥିଲା ଓ ୫ ମ୍ୟାଚ୍‌ ବିଶିଷ୍ଟ ଏହି ହାଇପ୍ରୋଫାଇଲ ସିରିଜରେ ୧-୦ରେ ଅଗ୍ରଣୀ ହୋଇଥିଲା। ସ୍ମିଥ ଉଭୟ ଇନିଂସରେ ଶତକ ହାସଲ କରି ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri