ଲାଉମୁଣ୍ଡାେରେ ଭାଜପାର ରୋଡ୍‌ ଶୋ’: ପୂର୍ବତନ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ବିଜେପୁର, ୧୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁଁ ଭାଜପା ତାର ପ୍ରଚାର ଅଭିଯାନକୁ ଜୋରଦାର୍‌ କରିଛି। ଏହିକ୍ରମରେ ଶୁକ୍ରବାର ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲାଉମୁଣ୍ଡାରେ ରୋଡ୍‌ ଶୋ’ କରିଛନ୍ତି। ପରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ସଭା ଅନୁଷ୍ଠିତ ହୋଇଥିଲା। କେନ୍ଦ୍ରମନ୍ତ୍ରୀ ପ୍ରଧାନ ଯୋଗଦେଇ ଧାନର ଅଭାବୀ ବିକ୍ରି, ପାଇଖାନା ନିର୍ମାଣରେ ପିସି କାରବାର ଚାଲିଥିବା କହିଛନ୍ତି। ଦୀର୍ଘ ୨୦ ବର୍ଷଧରି ରାଜ୍ୟରେ ଶାସନ କଲେ ମଧ୍ୟ ମୋ ସରକାର ଯୋଜନା ପ୍ରଣୟନ କରିବା କେତେ ଦୂର ଠିକ୍‌ବୋଲି ମନ୍ତ୍ରୀ ପ୍ରଧାନ ପ୍ରଶ୍ନ କରିଥିଲେ। ପ୍ରାର୍ଥୀ ସନତ କୁମାର ଗଡତୀୟାଙ୍କୁ ଭୋଟ୍‌ଦେଇ ଜୟଯୁକ୍ତ କରିବାକୁ ମତଦାତାମାନଙ୍କୁ ସେ ନିବେଦନ କରିଥିଲେ। ଏମ୍‌ପି ସୁରେଶ ପୁଜାରୀ ଏହି ଉପନିର୍ବାଚନକୁ ବୋଲଡୋଜର ସହିତ ତୁଳନା କରିଥିଲେ। ଏଥିରେ ବିଜୟୀ ହେଲେ ମଧ୍ୟ ଆମେ ସରକାର ଗଠନ କରିପାରିବୁ ନାହିଁ। ହେଲେ ଆଗାମୀ ଦିନରେ ନବୀନ ସରକାରକୁ ଧକ୍କା ଦେଇ ଓଡିଶାରେ ଭାଜପା ସରକାର ଗଠନ ପାଇଁ ରାସ୍ତା ପରିଷ୍କାର ହେବବୋଲି ପୁଜାରୀ ମତଦାତାମାନଙ୍କୁ ଉଦ୍‌ବୋଧନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ବସନ୍ତ ପଣ୍ଡା, ବିଧାୟକ ମୁକେଶ ମହାଲିଙ୍ଗ, ବିଧାୟିକା କୁସୁମ ଟେଟେ, ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ, ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, ଅଶ୍ବିନୀ ଷଡ଼ଙ୍ଗୀ, ମିଲନ ସେଠ ମଞ୍ଚାସୀନ ଥିଲେ। ଭାଜପାର ଏହି ହାଇପ୍ରୋଫାଲ ପ୍ରଚାରରେ ପୂର୍ବତନ ବିଧାୟକ ଅଶୋକ କୁମାର ପାଣିଗ୍ରାହୀଙ୍କ ଅନୁପସ୍ଥିତି ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri