ଲାଗିଲା କଟକଣା, ପର୍ଯ୍ୟଟନସ୍ଥଳୀ ଶୂନଶାନ୍‌

ଭୋଗରାଇ, ୨୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରେ କରୋନା ଭୂତାଣୁ ସଂକ୍ରମଣ ଭୟକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ, ମନ୍ଦିର ଓ ହାଟବଜାର ଉପରେ କଟକଣା ଲାଗୁ କରିଛନ୍ତି। ଓଡ଼ିଶାର ଅନ୍ୟତମ ଶୈବପୀଠ ଚନ୍ଦନେଶ୍ୱର, ଏସିଆର ସର୍ବବୃହତ୍‌ ଶିବଲିଙ୍ଗ ଭୂଷଣ୍ଡେଶ୍ୱର, ମା’ ବାଶୂଳୀ ପୀଠରେ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଏହି ତିନି ମନ୍ଦିରରେ କତିପୟ ସେବାୟତ ବ୍ୟତୀତ ଅନ୍ୟ ଶ୍ରଦ୍ଧାଳୁ କିମ୍ବା ପର୍ଯ୍ୟଟକମାନଙ୍କୁ ମନ୍ଦିର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଏତଦ୍‌ଭିନ୍ନ ଉଦୟପୁର, ତାଳସାରୀ, ବିଚିତ୍ରପୁର, ଖଡ଼ିବିଲର ଇକୋଟୁରିଜିମ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ପର୍ଯ୍ୟଟକମାନଙ୍କୁ ଯିବାକୁ ବାରଣ କରାଯାଇଛି। ପର୍ଯ୍ୟଟନ ସ୍ଥଳୀଗୁଡ଼ିକରେ ପର୍ଯ୍ୟଟକମାନେ ଯାଉ ନ ଥିବାରୁ ଦୋକାନୀମାନଙ୍କ ପେଟପାଟଣା ଉପରେ ପ୍ରଭାବ ପଡ଼ିଛି। ଦୋକାନୀମାନେ ଦୋକାନ ବନ୍ଦ କରି ଘରେ ହାତବାନ୍ଧି ବସିଛନ୍ତି। ସବୁଠି ଶୂନଶାନ୍‌ ଦିଶୁଥିବା ବେଳେ କେବଳ ପୋଲିସ ଓ ପ୍ରଶାସନର କର୍ମଚାରୀମାନେ ପଇଁତରା ମାରୁଛନ୍ତି। ଭୋଗାଇର ଦେଉଳା, ଶ୍ରଦ୍ଧାପୁର, ଶଙ୍ଖାରୀ, ଜୟରାମପୁର, ଭୋଗରାଇ, ଚୌକି, ଚଟାଣଛକ, ବାଉଁଶଡ଼ିହା, କମର୍ଦ୍ଦା ଆଦି ଗାଁ ହାଟଗୁଡ଼ିକରେ ଭିଡ଼ ନ ଜମାଇବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଓ ସଚେତନତା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?