ଲାଗିଲା ସଚେତନତା ପୋଷ୍ଟର, ବୁଲିଲା ପ୍ରଚାର ଗାଡ଼ି

ଫୁଲବାଣୀ ଅଫିସ୍‌,୨ା୨-ଫୁଲବାଣୀରୁ ଜଣେ ସନ୍ଦିଗ୍ଧ କରୋନା ରୋଗୀ ବାହାରିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଉଠିଛି। ରବିବାର ଜିଲାର ବିଭିନ୍ନ ସ୍ଥାନରେ କରୋନା ରୋଗର ଲକ୍ଷଣ, ଏହାର ନିରାକରଣ ଉପରେ ସଚେତନତା ପୋଷ୍ଟର ଲଗାଯାଇଛି। ଏଥିସହ ପ୍ରଚାର ଗାଡି ମଧ୍ୟ ବିଭିନ୍ନ ସ୍ଥାନ ବୁଲି ଲୋକଙ୍କୁ କରୋନା ରୋଗ ଓ ଏହାର ନିରାକରଣ ଉପରେ ସତର୍କ କରିଛି। ଗ୍ରାମାଞ୍ଚଳରେ ଆଶା ଓ ଅନ୍ୟ ସ୍ବାସ୍ଥ୍ୟ କର୍ମୀମାନେ ପ୍ରଚାର ପତ୍ର ବାଣ୍ଟି ଲୋକଙ୍କୁ ସଚେତନ କରୁଛନ୍ତି ବୋଲି ସିଡିଏମ୍‌ଓ ଡ. ରାଜଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି। ସନ୍ଦିଗ୍ଧ କରୋନା ରୋଗୀଙ୍କୁ ଶନିବାର ରାତିରେ କଟକ ଏସ୍‌ସିବି ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ତାଙ୍କର ପରୀକ୍ଷା କରାଯିବ। ଯଦି ରିପୋର୍ଟ ପଜିଟିଭ୍‌ ଆସେ ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ପରିବାର ସଦସ୍ୟ ଏବଂ ଅନ୍ୟମାନଙ୍କର ମଧ୍ୟ ପରୀକ୍ଷା କରାଯିବ ବୋଲି ଡା. ପଟ୍ଟନାୟକ ସୂଚନା ଦେଇଛନ୍ତି। ଏନେଇ କେହି ଭୟଭୀତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ସମ୍ପୃକ୍ତ ଛାତ୍ର ଚାଇନାର ସିଚୁଆନ ସ୍ଥିତ ସାଉଥ୍‌ ୱେଷ୍ଟ ମେଡିକାଲ ୟୁନିଭର୍ସିଟିରେ ୪ର୍ଥ ବର୍ଷ ଏମ୍‌ବିବିଏସ ଛାତ୍ର। ଗତ ଜାନୁୟାରୀ ୧୧ରେ ଫୁଲବାଣୀ ଫେରିଥିଲେ। ପ୍ରାୟ ସପ୍ତାହେ ହେଲା ତାଙ୍କୁ କାଶଶର୍ଦ୍ଦି ଲାଗି ରହିଥିଲା। କରୋନା ହୋଇଥିବା ସନ୍ଦେହରେ ଶନିବାର ଫୁଲବାଣୀ ଜିଲା ମୁଖ୍ୟ ଡାକ୍ତରଖାନାକୁ ପରୀକ୍ଷା ପାଇଁ ଆସିଥିଲେ। ଏଠାରେ କରୋନା ଭୂତାଣୁ ପରୀକ୍ଷା ପାଇଁ ବ୍ୟବସ୍ଥା ନ ଥିବାରୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri