ଲାଞ୍ଚ ନେଇ ଜେଲ୍‌ ଗଲେ ମାଲକାନଗିରି ସଦର ଥାନାର ୩ ପୋଲିସ ଅଧିକାରୀ

ମାଲକାନଗିରି,୨୬।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ଥାନାର ୩ ଜଣ ପୋଲିସ ଅଧିକାରୀଙ୍କୁ ଗୁରୁବାର ବିଳମ୍ବିତ ରାତିରେ କଟକ ଦୁର୍ନୀତି ନିବାରଣ ନିର୍ଦ୍ଦେଶକ କାର୍ଯ୍ୟାଳୟର ପଦାଧିକାରୀମାନେ ଲାଞ୍ଚ ନେବା ମାମଲାରେ ଗିରଫ କରିଛନ୍ତି। ସେମାନେ ହେଲେ ସବ୍‌ ଇନ୍ସସ୍ପେକ୍ଟର କୁନାଲ କୁମାର, ମାନସ ସ୍ବାଇଁ, ଆଇଆଇସି ରଞ୍ଜନ କୁମାର ସାହୁ।
ପ୍ରକାଶ ଯେ, ଗତ କିଛିଦିନ ପୂର୍ବରୁ ମାଲକାନଗିରି ସଦର ମହକୁମା ଏକ ଘରୋଇ ଆବାସିକ ବିଜ୍ଞାନ ମହାବିଦ୍ୟାଳୟର ନିର୍ଦ୍ଦେଶକ ଏବଂ ଅଧ୍ୟକ୍ଷ ଜାଲ ସାର୍ଟିଫିକେଟ ଦେଇଥିବା ଘଟଣାରେ ମାମଲା ଦାଏର ହୋଇଥିଲା। ସମ୍ପୃକ୍ତ ମାମଲାର ରଫାଦଫା ପାଇଁ ମାଲକାନଗିରି ପୋଲିସ ଏକ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ଏହି ଘଟଣା ସମ୍ପର୍କରେ ସମ୍ପୃକ୍ତ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ରାଜ୍ୟ ଦୁର୍ନୀତି ନିବାରଣ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଥିଲେ। ନିର୍ଦ୍ଦେଶକ ପାଣିଗ୍ରାହୀଙ୍କ ନେତୃତ୍ୱରେ କଟକ ଦୁର୍ନୀତି ନିବାରଣ ବିଭାଗର ୬ ଡିଏସ୍‌ପି, ୧୦ ଇନ୍ସସ୍ପେକ୍ଟର, ୪ ସବ୍‌ ଇନ୍ସସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ପୂର୍ବ ଯୋଜନାନୁଯାୟୀ ଥାନାର ସବ୍‌ ଇନ୍ସସ୍ପେକ୍ଟର କୁନାଲ କୁମାର ଏବଂ ମାନସ ସ୍ବାଇଁ ଲାଞ୍ଚ ଟଙ୍କା ନେଉଥିବା ବେଳେ ଅଧିକାରୀମାନେ ସେମାନଙ୍କୁ କାବୁ କରିଥିଲେ। ଏଥିସହ ଆଇଆଇସି. ରଞ୍ଜନ କୁମାର ସାହୁଙ୍କୁ ମଧ୍ୟ ଏହି ମାମଲାରେ ଥାନାରୁ ନେଇ ପଚରା ଉଚୁରା କଲାପରେ ରାତିରେ ଜୟପୁର ନେଇ ଯାଇଥିଲେ। ତେବେ ଶୁକ୍ରବାର ତିନିଜଣଙ୍କୁ ଗିରଫ କରାଯାଇ କଟକ ଦୁର୍ନୀତି ନିବାରଣ ସେଲ୍‌ରେ କେସ୍‌ ନଂ .୯/୧୯ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିବା ଦୁର୍ନୀତି ନିବାରଣ ବିଭାଗ ଇନ୍ସସ୍ପେକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri