ଲାଞ୍ଚ ମାଗି ଗିରଫ ହେଲେ ଥାନା ଅଧିକାରୀ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ‘ମୋ ସରକାର’ କାର୍ଯ୍ୟକ୍ରମ ଜାରି ରହିଛି। ଓଡ଼ିଶାରେ ପୋଲିସ ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ ଲୋକାଭିମୁଖୀ କରିବାକୁ ଏହି ପ୍ରୟାସ କରାଯାଇଛି। ସେହି କ୍ରମରେ ଏହାର ସୁଫଳ ମଧ୍ୟ ମିଳିଛି। ନିୟମିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଅଭିଯୋଗକାରୀଙ୍କ ମତାମତ ନିଆଯାଉଛି। ସେମାନଙ୍କ ଅଭିଯୋଗ ଆଧାରରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।
ଏହି କ୍ରମରେ କୋରାପୁଟ ଜିଲାର ଅମ୍ବାଗୁଡା ଆଉଟପୋଷ୍ଟ ଇନ୍‌ଚାର୍ଜ ଏସ୍‌ଆଇ ନାରାୟଣ ପଟ୍ଟନାୟକଙ୍କୁ ନିଲମ୍ବନ କରାଯାଇଛି। ଏକ ଦୁର୍ଘଟଣା ମାମଲାରେ ଜନୈକ ଅଭିଯୋଗକାରୀଙ୍କ ଗାଡିଟି ଅମ୍ବାଗୁଡା ଆଉଟପୋଷ୍ଟ ଦ୍ୱାରା ଜବତ ହୋଇଥିଲା। ଏହାକୁ ଉଦ୍ଧାର କରିବା ପାଇଁ ଥାନା ଅଧିକାରୀ ଜଣଙ୍କ ୧୦,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଏଥିସହିତ ୬୦୦୦ ଟଙ୍କାର ଅଗ୍ରିମ ମଧ୍ୟ ଗ୍ରହଣ କରିଥିଲେ। ହେଲେ ଏହି ଖବର ପାଇ ସିଏମ୍‌ଓର ନିର୍ଦ୍ଦେଶ କ୍ରମେ କୋରାପୁଟ ଏସ୍‌ପି ଜୟପୁର ସଦର ଥାନାରେ ଦୁର୍ନୀତି ନିରୋଧୀ ଆଇନ ବଳରେ ଏସ୍‌ଆଇଙ୍କ ବିରୋଧରେ ଗୁରୁବାର କେସ୍‌ ନଂ ୨୪/୨୦୨୦ରେ ଏକ ମାମଲା ରୁଜୁ କରାଯାଇଥିଲା। ଅନୁରୂପ ଭାବେ ଶବ ବ୍ୟବଚ୍ଛେଦ ସମୟରେ ୩୦୦୦ ଟଙ୍କା ମାଗିଥିବା ଡାକ୍ତରଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ କରାଯାଇଛି। ଅଭିଯୋଗକାରୀ ଶବ ବ୍ୟବଚ୍ଛେଦ ପାଇଁ ୨୫୦୦ ଟଙ୍କା ଦେଇଥିବା ଜଣାପଡିଛି। ଶେଷ ଖବର ସୁଦ୍ଧା ଏସ୍‌ଆଇଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri