ବ୍ରହ୍ମପୁର ଅଫିସ,୧୪ା୧: ଗଞ୍ଜମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ସୁବ୍ରତ ମହାନ୍ତି ସୋମବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ବ୍ରହ୍ମପୁର ସବ୍ ରେଜିଷ୍ଟ୍ରାର ଅଫିସର ତତ୍କାଳୀନ କର୍ମଚାରୀ ରାମକୃଷ୍ଣ ବେହେରାଙ୍କୁ ଦେଢବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହିତ ୭ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୫ ମାସ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ଘଟଣାରୁ ପ୍ରକାଶ, ବେନ୍ଦାଳିଆ ଗ୍ରାମର ଜିତାଞ୍ଜୟ ସାହୁ ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ଏକ ବାହାଘର ସାର୍ଟିଫିକେଟ ପାଇଁ ଆବେଦନ କରିଥିଲେ। ଏଥିପାଇଁ ସେ ଉକ୍ତ କାର୍ଯ୍ୟାଳୟ କର୍ମଚାରୀ ରାମକୃଷ୍ଣଙ୍କୁ ସାକ୍ଷାତ କରିଥିଲେ। ଏଥିପାଇଁ ସେ ୧୫ଶହ ଟଙ୍କା ଲାଞ୍ଚ ମାଗିଥିଲେ। ୨୦୧୪ ଅଗଷ୍ଟ ୧୪ ରେ ରାମକୃଷ୍ଣ ଆବେଦନକାରୀଙ୍କଠାରୁ ତାଙ୍କ କାର୍ଯ୍ୟାଳୟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ଧରାପଡି ଗିରଫ ହୋଇଥିଲେ। ଭିଜିଲାନ୍ସ ମାମଲା ନମ୍ବର ୩୪/୧୪ରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଭିଜିଲାନ୍ସ ଇନ୍ସପେକ୍ଟର ସୁରେନ୍ଦ୍ର ନାଥ ପାଣିଗ୍ରାହୀ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ସୋମବାର ଉକ୍ତ ମାମଲାର ବିଚାର ବେଳେ ୬ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ବିଚାରପତି ଉପରୋକ୍ତ ରାୟ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତପନ କୁମାର ଦାସ ମକଦ୍ଦମା ପରିଚାଳନା କରିଥିଲେ।
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…
ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା
ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…
ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍ ସିଲିଣ୍ଡର, ଜବତ କରି ଉପଜିଲାପାଳ…
ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍ ସିଲିଣ୍ଡର୍କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍ କାଟ୍
ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍କାଟ୍ ହେବ ନାହିଁ…
ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ
ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…
୧୦ରେ ରାଜ୍ୟ କ୍ୟାବିନେଟ୍: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…
Archives

