ଲାଞ୍ଚ ମାମଲା: ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୫ା୭-ଏକ ଲାଞ୍ଚ ମାମଲାର ବିଚାର କରି ବୁଧବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଅଭିଯୁକ୍ତ ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ହେଲେ ପୂର୍ବତନ ବୌଦ୍ଧ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ବୀରେନ୍ଦ୍ର କୁମାର ପଣ୍ଡା। ଏବେ ସେ ହରଭଙ୍ଗା ବିଇଓ ଅଫିସରେ କାର୍ଯ୍ୟରତ।
ମିଳିଥିବା ସୂଚନା ଅନୁଯାୟୀ, ଜିଲାର ମନମୁଣ୍ଡା ଥାନା ପୁରୁଣାପାଣିର ଶିକ୍ଷକ କୈଳାସ ସାଗର ଚାକିରିରୁ ଅବସର ନେଇଥିଲେ। ତାଙ୍କ ଅବସରକାଳୀନ ବକେୟା ଅର୍ଥ ପାଇବା ପାଇଁ ବୌଦ୍ଧ ବିଇଓଙ୍କ କାର୍ଯ୍ୟାଳୟ ବରିଷ୍ଠ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ପଣ୍ଡାଙ୍କୁ ଦେଖା କରିଥିଲେ। ଦେହ ଖରାପ ହେବାରୁ ପୁଅ ଦେବଦତ୍ତ ଟଙ୍କା ପାଇବା ପାଇଁ କିରାଣି ପଣ୍ଡାଙ୍କୁ ଯାଇ ଭେଟିଥିଲେ। ହେଲେ ପଣ୍ଡା ୧୫୦୦ ଟଙ୍କା ଲାଞ୍ଚ ମାଗିଥିଲେ ା ଏ ନେଇ ଦେବଦତ୍ତ ବ୍ରହ୍ମପୁର ଭିଜିଲାନ୍ସରେ ୨୦୧୬ ଜାନୁଆରୀ ୩୧ରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ବିଭାଗରେ ଏ ନେଇ ନଂ.୫/୧୬ରେ ମାମଲା ରୁଜୁ କରିଥିଲା ା ଯୋଜନା ମୁତାବକ ପରଦିନ ଅର୍ଥାତ୍‌ ଫେବୃୟାରୀ ୧ରେ ଦେବଦତ୍ତ ୧୫୦୦ ଟଙ୍କା କିରାଣି ପଣ୍ଡାଙ୍କୁ ଦେଇଥିଲେ। ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଡିଏସ୍‌ପି ହରେକୃଷ୍ଣ ବେହେରା, ଇନ୍ସପେକ୍ଟର ପି.ଛତ୍ରିଆ ଏବଂ ଅନ୍ୟମାନେ ପଣ୍ଡାଙ୍କ ଠାରୁ ରଙ୍ଗବୋଳା ଟଙ୍କା ଜବତ କରି ତାଙ୍କୁ ଗିରଫ କରିଥିଲେ। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁରେଶ ମହାପାତ୍ର ମାମଲା ପରିଚାଳନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri