ଲାଞ୍ଚନେଇ ଫରେଷ୍ଟ ଗାର୍ଡ ଗିରଫ

ସମ୍ବଲପୁର,୪ା୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍‌ ଯୁଯୁମୁରା ବନ ବିଭାଗ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା ସମିତି ଗୃହ ନିର୍ମାଣ କାମର ବିଲ୍‌ କରିବା ପାଇଁ ସେ ୩୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି। ଏ ନେଇ ଭିଜିଲାନ୍ସ ବିଭାଗ ଏକ ମାମଲା (ନଂ.୨୮/୨୦) ରୁଜୁ କରି ତାଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରିଛି। ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ବେହେରନବସା ଗ୍ରାମରେ ବନ ସୁରକ୍ଷା ସମିତି ଦ୍ୱାରା ଚାରାରୋପଣ ଓ ବନ ସୁରକ୍ଷା ସମିତି ଗୃହ ନିର୍ମାଣ କରାଯାଇଥିଲା। ୫୦ ହଜାର ଟଙ୍କା ଦେଲେ ଏହାର ବିଲ୍‌ ଭାଉଚର ଦସ୍ତଖତ କରିବା ପାଇଁ ଫରେଷ୍ଟଗାର୍ଡ ମହାପାତ୍ର ସମିତି ସଦସ୍ୟଙ୍କୁ କହିିଥିଲେ। ବନ ସୁରକ୍ଷା ସମିତି କୋଷାଧ୍ୟକ୍ଷ ପର୍ଶୁରାମ ମିର୍ଦ୍ଧା ଏ ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ମୁତାବକ ମଙ୍ଗଳବାର ଅପରାହ୍ନ ସାଢେ ୩ଟାରେ ପର୍ଶୁରାମ ଯୁଯୁମୁରା ବନ ବିଭାଗ ଅଫିସରେ ପହଞ୍ଚି ଫରେଷ୍ଟଗାର୍ଡ ମହାପାତ୍ରଙ୍କୁ ଉକ୍ତ ଟଙ୍କା ଦେଇଥିଲେ। ଟଙ୍କା ନେବାବେଳେ ସେଠାରେ ଛପି ରହିଥିବା ଭିଜିଲାନ୍ସ ଅଧିତ୍କାରୀମାନେ ତାଙ୍କୁ ଗିରଫ କରିଥିଲେ। ସୂଚନାଯୋଗ୍ୟ, ମଧୁସ୍ମିତା ବନ ସୁରକ୍ଷା ସମିତିର ସଦସ୍ୟ ସଚିବ ରହିଛନ୍ତି। ପୂର୍ବରୁ ମଧ୍ୟ ତାଙ୍କ ନାମରେ ଅଭିଯୋଗ ହୋଇଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri