ଲାଠି ସାନିଟାଇଜ କରୁଛି ପୋଲିସ

ନୂଆଦିଲ୍ଲୀ, ୨୫ା୩- ସାରା ବିଶ୍ୱକୁ କବଳିତ କରି ରଖିଥିବା କରୋନା ଭାଇରସ୍‌କୁ ନେଇ ଲୋକେ ଭୟଭୀତ ରହିଛନ୍ତି। ସଂକ୍ରମଣ ରୋକିବାକୁ ଭାରତ ସରକାର ୨୧ ଦିନିଆ ଲକଡାଉନ ନିର୍ଦ୍ଦେଶ ଜାରି କରିଛନ୍ତି। ଲୋକଙ୍କୁ ଘରୁ ନ ବାହାରିବାକୁ ମନା କରାଯାଇଥିବାବେଳେ ନିର୍ଦ୍ଦେଶ ନ ମାନିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଲୋକଙ୍କୁ ସଚେତନ କରିବା ସହ ସେମାନେ କିପରି ସରକାରୀ ନିର୍ଦ୍ଦେଶନାମା ପାଳନ କରିବେ ସେ ନେଇ ପୋଲିସ ପ୍ରଶାସନକୁ ଗୁରୁ ଦାୟିତ୍ୱ ଦିଆଯାଇଛି। ପୋଲିସ ମଧ୍ୟ ନିଜ ଦାୟିତ୍ୱ ସମ୍ପାଦନ କରି ଲୋକଙ୍କୁ ବିଭିନ୍ନ ଉପାୟରେ ସଚେତନନା ବାଣ୍ଟୁଛି। ନିକଟରେ ସ୍ପେନରୁ ଜାରି ହୋଇଥିବା ଭିଡିଓରେ ଦେଖାଯାଇଥିଲା କେତେଜଣ ପୋଲିସ କର୍ମୀ ବିଭିନ୍ନ ଗଳିରେ ଲୋକଙ୍କ ମନୋରଞ୍ଜନ କରୁଛନ୍ତି। ଏ ସବୁ ଭିତରେ ଆଉ ଏକ ଭିଡିଓ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଜଣେ ପୋଲିସ କର୍ମଚାରୀ ନିଜ ଲାଠିକୁ ସାନିଟାଇଜ କରୁଥିବା ଭିଡିଓରେ ଦେଖିବାକୁ ମିଳିଛି। ସବୁ ରାସ୍ତାଘାଟରେ ଜଗି ରହିଥିବା ପୋଲିସ ନିୟମ ନ ମାନି ବାହାରକୁ ଆସୁଥିବା ଲୋକଙ୍କ ଉପରେ ଲାଠି ଚାର୍ଜ କରୁଥିବା ଦେଖାଦେଇଛି। ଲାଠି ଦ୍ୱାରା ମଧ୍ୟ ସଂକ୍ରମଣର ଆଶଙ୍କା ଥିବାରୁ ନିଜେ ସୁରକ୍ଷିତ ରହିବା ସହ ଲୋକଙ୍କୁ ସୁରକ୍ଷା ଦେବାକୁ ପୋଲିସ ଲାଠିରେ ସାନିଟାଇଜର ମାରୁଥିବା ଏହି ଭିଡିଓରେ ଦେଖିବାକୁ ମିଳିଛି। ପଙ୍କଜ ନୈନ ନାମକ ଜଣେ ଆଇପିଏସ୍‌ ଅଫିସର ଏହି ଭିଡିଓକୁ ଟୁଇଟରରେ ସେୟାର କରିଛନ୍ତି। ଭିଡିଓଟି ଉପରେ ‘ଫୁଲ୍‌ ତୟାରି’ ବୋଲି ଲେଖାଯାଇଛି। ଏହି ଭିଡିଓରେ ଅନେକ ଲୋକ ସେମାନଙ୍କ କମେଣ୍ଟ ରଖିଛନ୍ତି। ପୋଲିସ, ସମସ୍ତ ସୁରକ୍ଷା କର୍ମୀ, ଡାକ୍ତରମାନଙ୍କୁ ୟୁଜର୍ସମାନେ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri