ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର: କାର୍ଯ୍ୟକ୍ଷମ ହେଉନି ବର୍ଯ୍ୟବସ୍ତୁ ଭଷ୍ମକ ଯନ୍ତ୍ର

ଲାଠୋର,୧୩ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟଦେଇ ଗତି କରୁଥିବା ଅଭିଯୋଗ ହୋଇଛି। କେନ୍ଦ୍ର ଉପରେ ଅଞ୍ଚଳର ୩୫ରୁ ଊଦ୍ଧ୍ୱର୍ର୍ ଗ୍ରାମର ଲୋକେ ନିର୍ଭର କରୁଥିବା ବେଳେ ଅବ୍ୟବସ୍ଥା ତାଙ୍କୁ ହତାଶ କରିଛି। ଏଠାରେ ଡାକ୍ତର ରହିବା ପାଇଁ ବାସଗୃହ ଥିବା ବେଳେ ପ୍ରାଣୀ ଚିକିତ୍ସା ପାଇଁ ଗୋଟିଏ ମାତ୍ର କୋଠରିରେ ରହିଛି। ସରକାରୀ ନିୟମ ଅନୁଯାୟୀ ପଶୁ, ପକ୍ଷୀଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ଗୃହ ରହିବା କଥା। ହେଲେ, ଏଠାରେ ଚିକିତ୍ସା ଖୋଲା ଆକାଶ ତଳେ କରାଯାଉଛି। ଚିକିତ୍ସା କେନ୍ଦ୍ରର ପାଚେରୀ ନ ଥିବାରୁ ଲୋକେ ଅବାଧରେ ଭିତରକୁ ପ୍ରବେଶ କରୁଥିବା ଜଣାପଡିଛି। ଫଳରେ ହସ୍ପିଟାଲର ସୁରକ୍ଷା ନେଇ ଜନସାଧାରଣ ପ୍ରଶ୍ନ ଉଠାଇଛନ୍ତି। ଅଞ୍ଚଳବାସୀ ପ୍ରାଣୀ ସମ୍ପଦର ଚିକିତ୍ସା ନେଇ ଆଶା ରଖିଥିବା ବେଳେ ଆବଶ୍ୟକ କର୍ମଚାରୀ ନ ଥିବାରୁ ଚିକିତ୍ସା ସେବା ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହେଉଛି। ଅନ୍ୟପକ୍ଷେ ଜଣେ ଡାକ୍ତର ଏବଂ ଜଣେ ପିଅନଙ୍କ ଉପରେ ଚିକିତ୍ସା କେନ୍ଦ୍ର ଚାଲିଛି । ସୂଚନା ଯୋଗ୍ୟ, ୩ ବର୍ଷ ହେଲା ବର୍ଯ୍ୟବସ୍ତୁ ଭସ୍ମକ ଯନ୍ତ୍ର ଚିକିତ୍ସା କେନ୍ଦ୍ରକୁ ଆସି ଥିଲେ ହେଁ ଆବଶ୍ୟକ କୋଠରି ଅଭାବରୁ ତାହା କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ଏ ନେଇ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ଅଧିକାରୀ ଡା. କାରୋ ମାରାଣ୍ଡିଙ୍କୁ ପଚାରିବାରୁ ଚିକିତ୍ସା କେନ୍ଦ୍ରର ସମସ୍ୟା ଉପରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଥିବା କହଛନ୍ତି। ଏଥିପ୍ରତି ବିଭାଗୀୟ କର୍ତ୍ତ୍‌ୃପକ୍ଷ ଦୃଷ୍ଟି ଦେଇ ସମସ୍ୟାର ସମାଧାନ କରିବାକୁ ସାଧାରଣରେ ଦାବି ହୋଇଛି


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

୫୩ନଂ ରଜ୍ୟ ରାଜପଥରେ ଗେଟିଏ ପରେ ଗେଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରଜ୍ୟ ରାଜପଥରେ…

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

୧୬ ବର୍ଷ ବୟସରେ ବିବାହ, ଶାଶୁଘରେ ଘରୋଇ ହିଂସାର ଶିକାର…ପୁଅଙ୍କ ମୃତ୍ୟୁ-ଝିଅଙ୍କ ଆତ୍ମହତ୍ୟା; ବେଶ ସଂଘର୍ଷମୟ ଥିଲା ଆଶାଙ୍କ ଜୀବନ

ମୁମ୍ବାଇ:ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri