Posted inଖେଳ

ଲାରାଙ୍କ ବାସଭବନରେ ରାତ୍ରଭୋଜନ କଲା ଭାରତୀୟ ଦଳ

ତ୍ରିନିଦାଦ୍‌ ଆଣ୍ଡ୍‌ ଟବାଗୋ,୧୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଶେଷହେବା ପରେ ଆଗାମୀ ଟେଷ୍ଟ ସିରିଜ ପୂର୍ବରୁ ଭାରତୀୟ କ୍ରିକେଟରମାନେ ବିରତି ନେଇଛନ୍ତି। ରୋହିତ ଶର୍ମା, ଶିଖର ଧାଓ୍ବନ, ଲୋକେଶ ରାହୁଲ, ମୟଙ୍କ ଅଗ୍ରଓ୍ବାଲ, ରବୀନ୍ଦ୍ର ଜାଡେଜା, କେଦାର ଯାଦବ ଓ ୟୁଜବେନ୍ଦ୍ର ଚହଲଙ୍କ ଭଳି ତାରକା ଖେଳାଳିମାନେ କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରାଙ୍କ ବାସଭବନରେ ରାତ୍ରଭୋଜନ କରିଛନ୍ତି। ବିଶ୍ୱର ବିଭିନ୍ନ ଦେଶରେ ଟି୨୦ ଲିଗ୍‌ ଖେଳୁଥିବା ଡ୍ବେନ ବ୍ରାଭୋ ଭାରତୀୟ ଖେଳାଳିଙ୍କ ଫଟୋ ଇନ୍‌ଷ୍ଟାଗ୍ରାମରେ ଶେୟାରକରି ଏହାର ସୂଚନା ଦେଇଛନ୍ତି। ସେ ଏହାର କ୍ୟାପଶନରେ ଲେଖିଛନ୍ତି, ବାସଭବନରେ ରାତ୍ରଭୋଜନ ଆୟୋଜନ କରିବା ଲାଗି ଲାରାଙ୍କୁ ଧନ୍ୟବାଦ। ମୋ ସାଥୀ ଖେଳାଳି ଓ ଭାରତୀୟ ଭାଇଙ୍କ ସହ ସମୟ ବିତାଇବାକୁ ମୁଁ ଭଲ ପାଏ। ଏହି ଅବସରରେ ସୁନୀଲ ନାରିନ, କ୍ରିସ୍‌ ଗେଲ୍‌ ଓ କିରନ ପୋଲାର୍ଡ ମଧ୍ୟ ଉପସ୍ଥିତ ଥିଲେ। ଭାରତୀୟ ଦଳ ଆସନ୍ତା ୨୨ ତାରିଖରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri