Posted inଜାତୀୟ

ଲାଲଚୌକରେ ତ୍ରିରଙ୍ଗା ଉଡ଼ାଇବେ ସ୍ବରାଷ୍ଟ୍ର ମନ୍ତ୍ରୀ

ଶ୍ରୀନଗର,୧୩।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଚଳିତ ବର୍ଷ ଜମ୍ମୁ-କଶ୍ମୀରରେ ୭୩ତମ ସ୍ବାଧୀନତା ଦିବସ ଅବସରରେ ତ୍ରିରଙ୍ଗା ଉତ୍ତୋଳନ କରିପାରନ୍ତି। ଏଥିପାଇଁ ଅଗଷ୍ଟ ୧୪ ସନ୍ଧ୍ୟାରେ ଶାହ ଶ୍ରୀନଗର ଅଭିମୁଖେ ଯାତ୍ରା କରିବେ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଅନୁଚ୍ଛେଦ ୩୭୦ ହଟିବା ପରେ ଚଳିତ ଅଗଷ୍ଟ ୧୫ ଅବସରରେ ଶ୍ରୀନଗରର ଲାଲଚୌକରେ ତ୍ରିରଙ୍ଗା ଉଡ଼ାଯିବ। ଏହି ଅବସରରେ ଅମିତ ଶାହ ଉପସ୍ଥିତ ରହିବେ। ଆଉ ଏହାକୁ ବିହାରର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ଅଧ୍ୟକ୍ଷ ନୀତୀଶ କୁମାର ସମର୍ଥନ କରିଛନ୍ତି। କେନ୍ଦ୍ର ସରକାର ଅନୁଚ୍ଛେଦ ୩୭୦କୁ ଅକ୍ଷମ କରିବା ସହ ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ କରିଛନ୍ତି। ଯଦି ଅମିତ ଶାହ ସ୍ବାଧୀନତା ଦିବସ ଅବସରରେ ଲାଲଚୌକରେ ତ୍ରିରଙ୍ଗା ଉଡ଼ାନ୍ତି ତେବେ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ଦିତୀୟ ଐତିହାସିକ ପଦକ୍ଷେପ ହେବ। ତେବେ ଶ୍ରୀନଗର ପରେ ଶାହ ଅଗଷ୍ଟ ୧୬ ଓ ୧୭ରେ ଲଦାଖ ଗସ୍ତ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri