Posted inଖେଳ

ଲାହୋର, କରାଚୀଠାରେ ଖେଳିବ ଶ୍ରୀଲଙ୍କା

କରାଚୀ,୨୪।୮: ଶ୍ରୀଲଙ୍କା ଦଳ ଦିନିକିଆ ସିରିଜ୍‌ ଖେଳିବା ପାଇଁ ପାକିସ୍ତାନ ଗସ୍ତ କରିବାକୁ ରାଜି ହୋଇଛି। ଏ ନେଇ ଦୁଇ ବୋର୍ଡ ମଧ୍ୟରେ ଚୁକ୍ତି ହୋଇଛି। ଏଥିଯୋଗୁ ଅକ୍ଟୋବରରେ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଏବେ ଡିସେମ୍ବରକୁ ଘୁଞ୍ଚତ୍ୟାଇଛି। ଶ୍ରୀଲଙ୍କା ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ କରାଚୀରେ ୩ ଦିନିକିଆ ଖେଳିବ। ପରେ ସମାନ ସଂଖ୍ୟକ ଟି୨୦ ମ୍ୟାଚ୍‌ ଲାହୋରଠାରେ ଖେଳାଯିବ। ପୂର୍ବରୁ ଅକ୍ଟୋବରରେ ଶ୍ରୀଲଙ୍କା ଦଳ ପାକିସ୍ତାନ ଗସ୍ତରେ ଆସି ଦୁଇ ଟେଷ୍ଟ ଖେଳିଥାନ୍ତା। ଏହାପରେ ଡିସେମ୍ବରରେ ସୀମିତ ଓଭର କ୍ରିକେଟ ସିରିଜ୍‌ ଆୟୋଜିତ ହେବାର ଥିଲା। ଦୁଇ ବୋର୍ଡ ସଭାପତି ଫୋନ ଯୋଗେ କଥାବର୍ତ୍ତା ହୋଇ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛନ୍ତି। ପିସିବି ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଶ୍ରୀଲଙ୍କା କ୍ରିକେଟ ବୋର୍ଡ (ଏସ୍‌ଏଲ୍‌ସି) ମୁଖ୍ୟ ଶାମି ସିଲଭା ରାଜିି ହୋଇଯାଇଛନ୍ତି ବୋଲି ପିସିବି ପକ୍ଷରୁ କୁହାଯାଇଛି। ଚଳିତ ମାସରେ ଏସ୍‌ଏଲ୍‌ସି ସୁରକ୍ଷା ବିଶେଷଜ୍ଞ ପାକିସ୍ତାନ ଗସ୍ତ କରି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିଲେ। ତାଙ୍କ ରିପୋର୍ଟ ପଜିଟିଭ ବାହାରିବା ପରେ ଏହା ସମ୍ଭବ ହୋଇପାରିଛି। ଉଲ୍ଲେଖଥାଉ କି, ୨୦୦୯ରେ ଶ୍ରୀଲଙ୍କା ଏକ ଅନ୍ତର୍ଜାତୀୟ ଟେଷ୍ଟ ସିରିଜ୍‌ ଲାଗି ପାକିସ୍ତାନ ଗସ୍ତ କରିଥିଲା। ସେଠାରେ ଶ୍ରୀଲଙ୍କା ଦଳର ବସ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?