ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଜାରି: କିଛି ଅବୈଧ ନିର୍ମାଣ ଛାଡ଼ିବାକୁ ନେଇ ଉତ୍ତେଜନା

ପୁରୁଣା ଭୁବନେଶ୍ୱର,୧୨।୧୨(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ବିଏମ୍‌ସି, ବିଡିଏ, ମନ୍ଦିର ପ୍ରଶାସନର ମିଳିତ ଟିମ୍‌ ଗୁରୁବାର ପୂର୍ବାହ୍ନ ୧୦ଟାରେ ମନ୍ଦିର ଦକ୍ଷିଣ ଦ୍ୱାରପଟୁ ଭାଙ୍ଗିବା କାର୍ଯ୍ୟ ଆରମ୍ଭ କରିଥିଲେ। ଏଠାରେ ଥିବା ୬ଟି ଦଳିତ ପରିବାରର ଘରଗୁଡ଼ିକ ଭଙ୍ଗାଯାଇଛି। ହେଲେ ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ଏକ କୋଠା ଏବଂ ଜଣେ ବ୍ୟବସାୟୀଙ୍କ ଅବୈଧ ନିର୍ମାଣକୁ ଟିମ୍‌ ଛାଡ଼ି ଦେଇଥିବାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା।
ପ୍ରକାଶଯୋଗ୍ୟ, ତିବ୍ର ବିରୋଧ ପରେ ଏହି ଜବରଦଖଲ ପ୍ରକ୍ରିୟାକୁ ମଙ୍ଗଳବାର ବନ୍ଦ କରାଯାଇଥିଲା। ବୁଧବାର ପୂର୍ବାହ୍ନରେ ଏନେଇ ବିଏମ୍‌ସି କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଉଠାଦୋକାନୀମାନଙ୍କୁ ଥଇଥାନ କରାଯିବ। ଆସନ୍ତା ୩ ଦିନ ମଧ୍ୟରେ ସରକାର କରୁଥିବା ମାଷ୍ଟରପ୍ଲାନକୁ ସାର୍ବଜନୀନ କରାଯିବ ବୋଲଇ ପ୍ରତିଶ୍ରୁତି ଦେବା ପରେ ପୁଣି ଥରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଅପରାହ୍ନରେ ମନ୍ଦିରର ଦକ୍ଷିଣ ପାର୍ଶ୍ୱରେ ଥିବା ମୋଟ ୮ ବେଆଇନ ନିର୍ମାଣ ଭଙ୍ଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri