ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ପୁରୀ ପରେ ରାଜ୍ୟ ସରକାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପର୍ଯ୍ୟଟନ ପ୍ୟାକେଜ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି। ଏହି ବୈଠକରେ ଶ୍ରୀମନ୍ଦିର ଭଳି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ପାଇଁ ସ୍ବତନ୍ତ୍ର ଆଇନ ପ୍ରଣୟନ କରିବାକୁ ନିଷ୍ପତ୍ତି ହୋଇଛି। ଲିଙ୍ଗରାଜ ମନ୍ଦିରର ଗୌରବମୟ ଐତିହ୍ୟର ସଂରକ୍ଷଣ ପାଇଁ ରାଜ୍ୟ ସରକାର ୬୬ ଏକର ପରିବ୍ୟାପ୍ତ ଏକାମ୍ର କ୍ଷେତ୍ର ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନା ଅଧୀନରେ ୯ଟି ପ୍ରକଳ୍ପକୁ କାର୍ଯ୍ୟକାରୀ କରାଯିବ। ସେହି ପ୍ରକଳ୍ପଗୁଡିକ ହେଲା ସୁଦୃଶ୍ୟ ପ୍ରବେଶ ପଥ, ବିନ୍ଦୁସାଗର ପୁନରୁଦ୍ଧାର ଯୋଜନାରେ ବିଭିନ୍ନ ଐତିହ୍ୟ ପୁଷ୍କରିଣୀଗୁଡିକର ପୁନରୁଦ୍ଧାର, ଅତ୍ୟାଧୁନିକ ପାର୍କିଂ, ଲିଙ୍ଗରାଜ ଐତିହ୍ୟ ପ୍ରକଳ୍ପ, କେଦାରଗୌରୀ ଓ ମୁକ୍ତେଶ୍ୱର ପରିସରର ବିକାଶ ଓ ବିଭିନ୍ନ ସୁବିଧାସୁଯୋଗ, ଇ-ଅଟୋ କାର୍ଯ୍ୟକ୍ରମ, ଐତିହ୍ୟ ବ୍ୟାଖ୍ୟାନ କେନ୍ଦ୍ର ଏବଂ ଥାଇଥାନ ।
ଏହି ଯୋଜନାରେ ଶ୍ରୀଲିଙ୍ଗରାଜ ଥାନା ଓ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ ଅଫିସ ଅନ୍ୟତ୍ର ସ୍ଥାନାନ୍ତର କରାଯିବ। ଟ୍ରାଫିକ୍‌ ହ୍ରାସ ଓ ଯାତାୟାତର ସୁବିଧା ପାଇଁ ତାଳେଶ୍ୱର ଛକଠାରୁ ବଢେଇବାଙ୍କ ଛକ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ। ୪ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯିବ। ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଉଦ୍ୟାନ ନିର୍ମାଣ ସହିତ ଏହାର ସୌନ୍ଦର୍ଯ୍ୟକରଣ କରାଯିବ। ମନ୍ଦିର ଚାରିପାଖରେ ପରିକ୍ରମା ପଥ ନିର୍ମାଣ ହେବ। ମନ୍ଦିର ସମ୍ମୁଖ ରାସ୍ତାରେ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯିବ। ଶ୍ରୀଲିଙ୍ଗରାଜଙ୍କ ଐତିହ୍ୟ ପ୍ରକଳ୍ପ ଅଧୀନରେ ଭକ୍ତମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯିବ। ପର୍ଯ୍ୟଟକମାନଙ୍କ ପାଇଁ ବିଭିନ୍ନ ପ୍ରକାର ସୁବିଧା ସୁଯୋଗର ବିକାଶ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ବିନ୍ଦୁସାଗର ଜଳକୁ ପରିଷ୍କାର କରିବା ପାଇଁ ଅତ୍ୟାଧୁନିକ ପଦ୍ଧତି ଗ୍ରହଣ କରାଯିବ। ଏଥିସହିତ କେଦାରଗୌରୀ, ପାପନାଶିନୀ, ଗୋଦାବରୀ, କୋଟିତୀର୍ଥ, ଗଙ୍ଗାଯମୁନା ଏବଂ ଦେବୀ ପାଦହରା ଐତିହ୍ୟ ପୁଷ୍କରିଣୀର ପୁନରୁଦ୍ଧାର ଓ ସଂରକ୍ଷଣ କରାଯିବ। ଲିଙ୍ଗରାଜ ମନ୍ଦିରର ନିରାପତ୍ତାକୁ ଆହୁରି ସୁଦୃଢ କରାଯିବ।
ଏହି ଯୋଜନା ଦ୍ୱାରା ଜୀବିକା ହରାଉଥିବା ଉଠା ଦୋକାନୀମାନଙ୍କୁ ଦୁଇଟି କିସ୍ତିରେ ୩୦ ହଜାର ଟଙ୍କା ସହାୟତା ଦିଆଯିବ। ଭେଣ୍ଡିଂଜୋନ କରାଯାଇ ସେମାନଙ୍କୁ ଥଇଥାନ କରାଯିବ। ପକ୍କାଘରେ ଥିବା ଦୋକାନ ଘର ଉଚ୍ଛେଦ ନିମନ୍ତେ ବ୍ୟବସାୟୀଙ୍କୁ ୧୨ ମାସ ପାଇଁ ମାସିକ ୧୦ ହଜାର ଟଙ୍କା ଲେଖାଏ ୧ ଲକ୍ଷ ୨୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ। ପରବର୍ତ୍ତୀ ସମୟରେ ବିଏମ୍‌ସି, ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ମାର୍କେଟରେ ଅଥବା ନୂତନ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରାଯାଇ ସେମାନଙ୍କୁ ଥଇଥାନ କରାଯିବ। ସ୍ଥିତିବାନ ଆବାସିକ ଗୃହ/ ବ୍ୟବସାୟିକ ଗୃହ ଉଚ୍ଛେଦ କ୍ଷେତ୍ରରେ କ୍ଷତିଗ୍ରସ୍ତଙ୍କ ସହିତ ଆଲୋଚନା କରାଯାଇ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏକାମ୍ରକ୍ଷେତ୍ର ସାରା ଦେଶରେ ଏକ ପ୍ରମୁଖ ଶୈବପୀଠ। ବିଭିନ୍ନ ପୁରାଣରେ ଭୁବନେଶ୍ୱରକୁ ଦ୍ୱିତୀୟ କାଶୀ ଭାବେ ବର୍ଣ୍ଣନା କରାଯାଇଛି । ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ପ୍ରତିଦିନ ସମଗ୍ର ଦେଶରୁ ହଜାର ହଜାର ଭକ୍ତ ଏକାମ୍ର କ୍ଷେତ୍ରକୁ ଆସିଥାଆନ୍ତି। ମନ୍ଦିର ନଗରୀ ଭାବେ ଏକାମ୍ରକ୍ଷେତ୍ର ବହୁ ପୁରାତନ କୀର୍ତ୍ତିରାଜିରେ ସୁଶୋଭିତ। ଏକାଦଶ ଶତାଦ୍ଦୀରେ କଳିଙ୍ଗ ଶୈଳୀରେ ନିର୍ମିତ ଲିଙ୍ଗରାଜ ମନ୍ଦିର ଉତ୍କଳୀୟ ଶିଳ୍ପ କଳାର ଅନ୍ୟତମ ଶ୍ରେଷ୍ଠ ନିଦର୍ଶନ ଏବଂ ଓଡିଆ ଜାତିର ଅମୂଲ୍ୟ ସମ୍ପଦ। ୧ ହଜାର ବର୍ଷର ପୁରୁଣା ଲିଙ୍ଗରାଜ ମନ୍ଦିର ଲକ୍ଷ ଲକ୍ଷ ଭକ୍ତମାନଙ୍କ ଶ୍ରଦ୍ଧା ଓ ବିଶ୍ୱାସର ପ୍ରତୀକ। ଏହି ଐତିହ୍ୟ ଆମ ଗୌରବ ଓ ଆମର ଶ୍ରେଷ୍ଠ ପରିଚୟ । ଏହାର ସୁରକ୍ଷା ସହିତ ଭବିଷ୍ୟତ ପିଢି ପାଇଁ ଏହାକୁ ଉପଯୁକ୍ତ ସଂରକ୍ଷଣ ନିମନ୍ତେ ଆମକୁ କିଛି ତ୍ୟାଗ କରିବାର ଆବଶ୍ୟକତା ମଧ୍ୟ ରହିଛି। ଏହି ତ୍ୟାଗକୁ ମହାପ୍ରଭୁ ଲିଙ୍ଗରାଜଙ୍କ ସେବା ଭାବେ ଗ୍ରହଣ କରି ସରକାରଙ୍କ ବିକାଶ କାମରେ ସହଯୋଗ କରିବା ପାଇଁ ଆପଣମାନଙ୍କ ସହଯୋଗ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ବୈଠକରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ପୂର୍ତ୍ତ ସଚିବ ଏବଂ ଭୁବନେଶ୍ୱର ମହାନଗର ନିଗମ କମିଶନର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri